
କେନ୍ଦୁଝର(ପ୍ରଣୟ ପାଣି): କେନ୍ଦୁଝର ଜିଲ୍ଲା ବାଟହରିଚନ୍ଦନପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବଡ଼ବିଲ କିରିବୁରରୁ ଭୁବନେଶ୍ୱର ଯାଉଥିବା ସ୍ୱସ୍ତିକ ନାମକ ଏକ ଯାତ୍ରୀବାହୀ ବସ୍ ଏକ ଟ୍ରକ୍କୁ ପଛପଟୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ବସ୍ ହେଲପର୍ଙ୍କ ମୃତ୍ୟୁ ଘଟିଛି। ଏହାସହ ୨୫ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ ୪ ଜଣ ଯାତ୍ରୀଙ୍କ ଅବସ୍ଥା ଗୁରୁତର ହେବାରୁ କଟକ ବଡ଼ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।
from OdishaReporter https://ift.tt/2uh2uPL
No comments:
Post a Comment