ଏହି ୧୩ଟି ଜିଲ୍ଲା ପାଇଁ ସତର୍କ ସୂଚନା: ଝଡ଼ତୋଫାନ ସହ ପ୍ରବଳ ବର୍ଷିବ, ବଜ୍ରପାତ ଆଶଙ୍କା ବି ଅଛି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, July 12, 2018

ଏହି ୧୩ଟି ଜିଲ୍ଲା ପାଇଁ ସତର୍କ ସୂଚନା: ଝଡ଼ତୋଫାନ ସହ ପ୍ରବଳ ବର୍ଷିବ, ବଜ୍ରପାତ ଆଶଙ୍କା ବି ଅଛି

rain

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ହୁସିଆର କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆଜି ଦିନସାରା ରାଜ୍ୟର ବିଭିନ୍ନ ସ୍ଥାନରେ ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ଆହୁରି ଅନେକ ସ୍ଥାନରେ ଭଲ ବର୍ଷା ହୋଇଛି। ଏହାସହିତ ଆଜି ପାଣିପାଗ ବିଭାଗ ସତର୍କ କରେଇ ଦେଇଛି ଯେ, ଆଜି ରାତି ୮ଟା ପର୍ଯ୍ୟନ୍ତ ରାଜ୍ୟର ୧୩ଟି ଜିଲ୍ଲାରେ ବର୍ଷା, ଝଡ଼ତୋଫାନ ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଏ ୧୩ଟି ଜିଲ୍ଲା ହେଲା- ଜଗତସିଂହପୁର, ଢେଙ୍କାନାଳ, ଅନୁଗୋଳ, ବାଲେଶ୍ୱର, କନ୍ଧମାଳ, ଦେବଗଡ଼, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଭଦ୍ରକ, କେନ୍ଦୁଝର, ମୟୂରଭଂଜ, ଯାଜପୁର ଓ କଟକ। ଏସବୁ ଜିଲ୍ଲାର ଲୋକଙ୍କୁ ରାତି ୮ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ସତର୍କ କରାଯାଇଛି।



from OdishaReporter https://ift.tt/2NKeNNp

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages