ଜନ୍ମବେଦୀରୁ ଦର୍ଶନ ଦେବେ କାଳିଆ ସାଆନ୍ତେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, July 16, 2018

ଜନ୍ମବେଦୀରୁ ଦର୍ଶନ ଦେବେ କାଳିଆ ସାଆନ୍ତେ

jagannath

ପୁରୀ(ଓଡ଼ିଶା ରିପୋର୍ଟର):  ରଥ ଉପରୁ ଜନ୍ମବେଦୀକୁ ବିଜେ କରିଛନ୍ତି ଶ୍ରୀଜିଉ। ଆଜିଠୁ ଜନ୍ମବେଦୀରେ ଦର୍ଶନ ପାଇଁ ଲାଗିବ ଭକ୍ତଙ୍କ ଗହଳି ଚହଳି। ସେହିପରି ଶ୍ରୀକ୍ଷେତ୍ରରେ ଆଜିଠାରୁ ଭକ୍ତଙ୍କୁ ମିଳିବ ଆଡ଼ପ ଅବଢ଼ା।

ଶରଧାବାଲିରେ ରହିଥିବା ତିନି ରଥରୁ ଗତକାଲି ଶ୍ରୀଜିଉଙ୍କୁ ଗୋଟି ପହଣ୍ଡିରେ ଗୁଣ୍ଡିଚା ମନ୍ଦିର ସ୍ଥିତ ଆଡ଼ପ ବେଦୀକୁ ନିଆଯାଇଥିଲା। ପ୍ରଥମେ ରାମକୃଷ୍ଣ ଓ ମଦନମୋହନଙ୍କୁ ବିଜେ କରାଯିବା ପରେ ଚକ୍ରରାଜ ସୁଦର୍ଶନଙ୍କୁ ପହଣ୍ଡି କରାଯାଇଥିଲା। ଏହାପରେ ବଡ଼ଠାକୁର ବଳଭଦ୍ର, ଦେବୀ ସୁଭଦ୍ରା ଓ ଶେଷରେ କାଳିଆ ଠାକୁରଙ୍କୁ ଗୁଣ୍ଡିଚା ମନ୍ଦିରକୁ ବିଜେ କରାଯାଇଥିଲା। ଆଡପ ପହଣ୍ଡି ଦେଖିବା ପାଇଁ ଶରଧାବାଲିରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହୋଇଥିଲା। ଶ୍ରୀମନ୍ଦିର ପ୍ରଶାସନ ଓ ପୁରୀ ପ୍ରଶାସନ ପକ୍ଷରୁ ସୁରକ୍ଷା ଓ ଶାନ୍ତିଶୃଙ୍ଖଳା ପାଇଁ ବ୍ୟାପକ ବ୍ୟବସ୍ଥା ହୋଇଥିଲା।

ଆଜି ବନକଲାଗି ନୀତି ହେବାକୁ ଥିବାରୁ ରାତି ୮ଟା ପରେ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି।

 



from OdishaReporter https://ift.tt/2Loh7bi

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages