ଆହୁରି ବର୍ଷିବ: ୧୯ ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, July 20, 2018

ଆହୁରି ବର୍ଷିବ: ୧୯ ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ

55

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଲଗାଣ ବର୍ଷା ଯୋଗୁ ରାଜ୍ୟର ଅନେକ ଅଞ୍ଚଳ ଜଳାର୍ଣ୍ଣବ ହୋଇଯାଇଛି। ଭୁବନେଶ୍ୱର ଓ କଟକ ବି ଏଥିରୁ ବାଦ୍ ପଡ଼ିନି। ସହରର ଅନେକ ଅଞ୍ଚଳରେ ପାଣି ଲହଡ଼ି ଭାଙ୍ଗୁଛି। ପୁରୀରେ ମଧ୍ୟ ସମାନ ଅବସ୍ଥା। ଏଠି ବଡ଼ଦାଣ୍ଡରେ ପାଖାପାଖି ଆଣ୍ଠୁଏ ଉଚ୍ଚରେ ପାଣି ବହୁଛି। ବ୍ରହ୍ମଗିରିର ପ୍ରସିଦ୍ଧ ଅଲାରନାଥ ମନ୍ଦିରରେ ବି ପାଣି ପଶିଯାଇଛି। ବ୍ରହ୍ମପୁରର ଅନେକ ତଳି ଅଞ୍ଚଳରେ ପାଣି ପଶିଯାଇଛି। କଳାହାଣ୍ଡି ଜିଲ୍ଲାର ଅନେକ ଅଞ୍ଚଳ ଜଳାର୍ଣ୍ଣବ ହୋଇଯାଇଛି।  ରାୟଗଡ଼ାରେ ନାଗାବଳୀ ଓ ବଂଶଧାରା ନଦୀ ଫୁଲୁଛି। ଗୁଣୁପୁରଠାରେ ବଂଶଧାରା ବିପଦ ସଙ୍କେତ ନିକଟରେ ରହିଛି। ତେବେ ଏତିକିରେ ବିପଦ ଟଳି ନାହିଁ। ଆହୁରି ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ରାଜ୍ୟର ୧୯ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି। ଦିନ ୧ଟା ୧୫ ମିନିଟ୍ ପର୍ଯ୍ୟନ୍ତ ସତର୍କ ରହିବାକୁ କୁହାଯାଇଛି। ଏହି ସମୟ ମଧ୍ୟରେ ବଜ୍ରପାତ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା କୁହାଯାଇଛି। ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, ସମ୍ବଲପୁର, ଦେବଗଡ଼ ଓ କୋରାପୁଟ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।



from OdishaReporter https://ift.tt/2Ld3kbG

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages