ପୁଣି ସ୍ୱତନ୍ତ୍ର ରାଜ୍ୟପାହ୍ୟା ମାନ୍ୟତା ଦାବି ଉଠାଇଲା ବିଜେଡି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, July 24, 2018

ପୁଣି ସ୍ୱତନ୍ତ୍ର ରାଜ୍ୟପାହ୍ୟା ମାନ୍ୟତା ଦାବି ଉଠାଇଲା ବିଜେଡି

ଭୁବନେଶ୍ୱର: ଆନ୍ଧ୍ରପ୍ରଦେଶ ପୁନର୍ଗଠନ ପ୍ରସଙ୍ଗରେ ଆଜି ଅପରାହ୍ନରେ ରାଜ୍ୟସଭାରେ ସଂକ୍ଷିପ୍ତ ଆଲୋଚନା ବେଳେ ବିଜେଡି ପକ୍ଷରୁ ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା ଦାବି ପ୍ରସଙ୍ଗ ଉତ୍ଥାପନ କରାଯାଇଛି। ରାଜ୍ୟସଭାରେ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଏହି ଆଲୋଚନା ବେଳେ ଭାଗ ନେଇ କହିଛନ୍ତି ଯେ, ଆନ୍ଧ୍ରପ୍ରଦେଶ ଓ ଓଡ଼ିଶା ପଡ଼ୋଶୀରାଜ୍ୟ। ଆନ୍ଧ୍ରର ସମସ୍ୟାକୁ ଓଡ଼ିଶା ଅନୁଭବ କରୁଛି। ଭାରତୀୟ ଗଣତନ୍ତ୍ରର ଏହି ମନ୍ଦିରରେ ଆନ୍ଧ୍ରପ୍ରଦେଶକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଦେବାକୁ ଦୁଇ ଦୁଇଜଣ ପ୍ରଧାନମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ। କିନ୍ତୁ ତାହା ସେମାନେ ପୂରଣ କରିନାହାନ୍ତି। ଓଡ଼ିଶା ମଧ୍ୟ କେନ୍ଦ୍ର ସରକାରଙ୍କ ବୈମାତୃକ ମନୋଭାବର ଶିକାର ହୋଇଛି। ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା ପ୍ରସଙ୍ଗରେ ଓଡ଼ିଶା ଦୀର୍ଘଦିନ ଧରି ଲଢ଼େଇ କରୁଛି। ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ପାଇଁ ଓଡ଼ିଶା ବିଭିନ୍ନ ସ୍ତରରେ ଦାବି ଉପସ୍ଥାପନ କରୁଥିଲେ ମଧ୍ୟ କେନ୍ଦ୍ର ସରକାର ଏଥିପ୍ରତି ଦୃଷ୍ଟି  ଦେଉନାହାନ୍ତି। ଏପରିକି କେନ୍ଦ୍ର ସରକାର ସଂଘୀୟ ବ୍ୟବସ୍ଥା ବିରୋଧରେ କାର୍ଯ୍ୟ କରୁଛନ୍ତି ବୋଲି ଶ୍ରୀ ଆଚାର୍ଯ୍ୟ କହିଛନ୍ତି।



from OdishaReporter https://ift.tt/2A3MFC1

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages