ଜଗା-କାଳିଆଙ୍କ ସ୍ୱାସ୍ଥ୍ୟ ତଦାରଖ ପାଇଁ ଦିଲ୍ଲୀ ଯିବ ୫ ଜଣିଆ ଡାକ୍ତରୀ ଟିମ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, July 19, 2018

ଜଗା-କାଳିଆଙ୍କ ସ୍ୱାସ୍ଥ୍ୟ ତଦାରଖ ପାଇଁ ଦିଲ୍ଲୀ ଯିବ ୫ ଜଣିଆ ଡାକ୍ତରୀ ଟିମ୍‌

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କନ୍ଧମାଳର ଜଗା-କାଳିଆଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟୁଛି। ତଥାପି ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଜାଣିବା ପାଇଁ ଆସନ୍ତାକାଲି ଦିଲ୍ଲୀ ଏମ୍‌ସ ଯିବେ ଏକ ୫ ଜଣିଆ ଡାକ୍ତରୀ ଟିମ୍। ଏଥିରେ ଅଛନ୍ତି ଡାକ୍ତର ସଞ୍ଜିବ ମିଶ୍ର, ପ୍ରଫେସର ସରୋଜ ଶତପଥୀ, ଡାକ୍ତର ରଶ୍ମୀରଞ୍ଜନ ମହାନ୍ତି, ପୃଥ୍ୱୀରାଜ ସିଂହ ଓ ଡକ୍ତର ଜଗମୋହନ ମିଶ୍ର। ଏମାନେ ଦିଲ୍ଲୀ ଏମ୍‌ସ ଯାଇ ଜଗା-କାଳିଆଙ୍କ ସ୍ୱାସ୍ଥ୍ୟାବସ୍ଥା କଥା ବୁଝିବେ। ତା’ପରେ ଡିସ୍‌ଚାର୍ଜ ନେଇ ନିଷ୍ପତ୍ତି ନିଆଯିବ। ଡାକ୍ତରୀ ଟିମ୍‌ଙ୍କ ସହିତ ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନା ଯିବେ ବୋଲି ଆଜି ସୂଚନା ଦେଇଛନ୍ତି।

ଦିଲ୍ଲୀ ଏମ୍‌ସରେ ଜଗା-କାଳିଆଙ୍କ ଚିକିତ୍ସାକୁ ପୂରିଲା ବର୍ଷେ। ଏହା ଭିତରେ ସୁସ୍ଥ ହୋଇଗଲେଣି ଦୁଇ ଭାଇ। ଦୁଇ ତିନି ଦିନ ଭିତରେ ଏମ୍‌ସରୁ ଡିସ୍‌ଚାର୍ଜ ହେବେ ଜଗା-କଳିଆଙ୍କ ବାପା ଭୂୟାଁ କହଁର ସୂଚନା ଦେଇଥିଲେ।

କନ୍ଧମାଳର ଯାଆଁଳା ଭାଇ ଜଗା-କାଳିଆ। ସଫଳ ହୋଇଥିଲା ସେମାନଙ୍କ ବିରଳ ଅପରେସନ। ଯୋଡ଼ା ମୁଣ୍ଡ ଅଲଗା ହେବା ପରଠୁ ଦୁହେଁ ଭଲ ଅଛନ୍ତି। ଜଗା ଓ୍ୱାର୍ଡ ଭିତରେ ଖୁସି ମନରେ ବଲ୍ ଧରି ଖେଳାବୁଲା କରୁଛି।  ଦୁଇ ଦିନ ତଳେ ଦୁଇ ଭାଇଙ୍କର ଏକ ଆଶ୍ୱସ୍ତି ଦେଲା ଭଳି ଫଟୋ ମଧ୍ୟ ଆସିଥିଲା। ଯେଉଁଥିରେ ଉଭୟଙ୍କ ମୁଣ୍ଡରେ ସ୍ୱତନ୍ତ୍ର ହେଲମେଟ୍‌ ନଥିଲା। ଦୁଇ ଭାଇ ଦିଲ୍ଲୀ ଏମ୍‌ସରୁ ଡିସଚାର୍ଜ ହେବା ପରେ ପ୍ରଥମେ ଦିଲ୍ଲୀର ଓଡ଼ିଶା ଭବନରେ ରହିବେ ବୋଲି ସେମାନଙ୍କ ବାପା ଭୂୟାଁ କହଁର କହିଛନ୍ତି।



from OdishaReporter https://ift.tt/2L4OW57

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages