
ଅନୁଗୋଳ (ବିରଜା ଦାଶ): ଅନୁଗୋଳ ଜିଲ୍ଲା ଆଠମଲ୍ଲିକରେ ଆଜି ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ଆଦର୍ଶ ବିଦ୍ୟାଳୟ ସ୍ଥାନାନ୍ତର ପ୍ରତିବାଦରେ ଆଠମଲ୍ଲିକ ବିକାଶ ମଞ୍ଚ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ଫଳରେ ଦୋକାନ ବଜାର ବନ୍ଦ ରହିବା ସହିତ ଗାଡ଼ି ଚଳାଚଳ ବନ୍ଦ ରହିଛି।
ପୂର୍ବରୁ ଅଏଡ଼ା ନିକଟରେ ଆଦର୍ଶ ବିଦ୍ୟାଳୟ ହେବାକୁ ନିଷ୍ପତ୍ତି ହୋଇଥିଲା। ହେଲେ ପରେ ଏହାକୁ ବନମାଳୀପୁରକୁ ସ୍ଥାନାନ୍ତର କରିବା ପାଇଁ ନିଷ୍ପତ୍ତି ହୋଇଛି। ଏହାକୁ ବିକାଶ ମଞ୍ଚ ପକ୍ଷରୁ ବିରୋଧ କରାଯାଇଛି।
ଅଧିକ ଜାଗା ମିଳୁଥିବାରୁ ବିଦ୍ୟାଳୟକୁ ସ୍ଥାନାନ୍ତର ପାଇଁ ନିଷ୍ପତ୍ତି ନିଆଯାଇଥିବା ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ଏହି ନିଷ୍ପତ୍ତି ପରିବର୍ତ୍ତନ ନ ହେଲେ ଆଗାମୀ ଦିନରେ ଆନ୍ଦୋଳନ ଜୋରଦାର କରିବାକୁ ମଞ୍ଚ ଚେତାବନୀ ଦେଇଛି।
from OdishaReporter https://ift.tt/2v1dSjV

No comments:
Post a Comment