ଟ୍ରକ୍‌ ମାଡ଼ିଯାଇ ୫ ସ୍କୁଲ୍‌ ଛାତ୍ରଛାତ୍ରୀଙ୍କ ମୃତ୍ୟୁ ଘଟଣା: ଆନ୍ଧ୍ରରୁ ଡ୍ରାଇଭର୍‌ ଗିରଫ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, July 22, 2018

ଟ୍ରକ୍‌ ମାଡ଼ିଯାଇ ୫ ସ୍କୁଲ୍‌ ଛାତ୍ରଛାତ୍ରୀଙ୍କ ମୃତ୍ୟୁ ଘଟଣା: ଆନ୍ଧ୍ରରୁ ଡ୍ରାଇଭର୍‌ ଗିରଫ

ଭଦ୍ରକ (ଓଡ଼ିଶା ରିପୋର୍ଟର): ଭଦ୍ରକ ଜିଲ୍ଲା ରାହାଞ୍ଜରେ ଏକ ୧୦ ଚକିଆ ଟ୍ରକ୍‌ ମାଡ଼ିଯାଇ ୫ ଜଣ ସ୍କୁଲ ଛାତ୍ରଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ଡ୍ରାଇଭରକୁ ପୁଲିସ୍ ଗିରଫ କରିଛି। ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ୍‌ ଜିଲ୍ଲାର କବିଟି ଥାନା ଅଞ୍ଚଳରୁ ଭଦ୍ରକ ପୁଲିସ୍ ଟ୍ରକ୍‌ ଡ୍ରାଇଭରକୁ ଗିରଫ କରିଛି। ତାଙ୍କ ନାଁ ଭେଙ୍କଟ ଆଦ୍ରି। ଏକ ସାମ୍ୱାଦିକ ସମ୍ମିଳନୀରେ ଭଦ୍ରକ ଏସ୍‌ଡିପିଓ ଜଳଧର ଜାଲି ଏନେଇ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ତିନି ଦିନ ତଳେ ରାଣୀତାଲ ହାଇସ୍କୁଲର ପିଲାମାନେ ରାହାଞ୍ଜ ନିକଟରେ ୧୬ ନମ୍ୱର ଜାତୀୟ ରାଜପଥ ଅତିକ୍ରମ କରୁଥିଲେ। ଏହି ସମୟରେ ଏକ ୧୦ ଚକିଆ ଟ୍ରକ୍‌ ସେମାନଙ୍କ ଉପରେ ମାଡ଼ି ଯାଇଥିଲା। ଘଟଣାସ୍ଥଳରେ ୫ ଜଣ ଛାତ୍ରଛାତ୍ରୀଙ୍କ ମୃତ୍ୟୁ ଘଟିଥିଲା ବେଳେ ୬ ଜଣ ଆହତ ହୋଇଥିଲେ। ମୃତ ପିଲାମାନେ ଅସୁରାଳି ଗାଁର। ଏହି ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ସୃଷ୍ଟି ହୋଇଥିଲା। ଉତ୍ତ୍ୟକ୍ତ ଲୋକେ ଜାତୀୟରାଜପଥ ଅବରୋଧ କରିବା ସହ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ରେ ନିଆଁ ଲଗାଇ ଦେଇଥିଲେ।

ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଥିଲେ। ଏଥିସହ ମୃତ ଛାତ୍ରଛାତ୍ରୀଙ୍କ ପରିବାର ପିଛା ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଥିଲେ।



from OdishaReporter https://ift.tt/2LdykZ8

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages