ଆଜି ରାତି ୮ ଯାଏ ପ୍ରବଳ ବର୍ଷିବ: ୧୩ ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, July 21, 2018

ଆଜି ରାତି ୮ ଯାଏ ପ୍ରବଳ ବର୍ଷିବ: ୧୩ ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତ ରୂପ ନେଇଛି। ଏହାର ପ୍ରଭାବରେ ରାଜ୍ୟରେ ୪୮ ଘଣ୍ଟା ଧରି ବର୍ଷା ଲାଗି ରହିବ। ସମଗ୍ର ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେଉଛି। ତେବେ ଆଜି ରାତି ୮ଟା ଯାଏଁ ୧୩ଟି ଜିଲ୍ଲା ପ୍ରବଳ ବର୍ଷିବ। ଘଡ଼ଘଡ଼ି ବି ମାରିବ। ପବନ ବହିବାର ସମ୍ଭାବନା ରହିଛି। ସେଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆଜି ରାତି ୮ଟା ଯାଏ ବାଲେଶ୍ୱର, କେନ୍ଦୁଝର, ଅନୁଗୋଳ, ଭଦ୍ରକ, ବୌଦ୍ଧ, ସୋନପୁର, ରାୟଗଡ଼ା, ବଲାଙ୍ଗିର, ନୂଆପଡ଼ା, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ଦେବଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏଥିପାଇଁ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ଏହିସବୁ ଜିଲ୍ଲାଗୁଡ଼ିକୁ ସତର୍କ ସୂଚନା ଜାରି କରିଛି।

ଲଗାଣ ବର୍ଷା ଯୋଗୁ ଭୁବନେଶ୍ୱର ଓ କଟକରେ ବନ୍ୟା ସ୍ଥିତି ଉପୁଜିଛି। ଯେଉଁଠି ଦେଖିବେ ଆଣ୍ଠୁଏ ଉଚ୍ଚର ପାଣି ପ୍ରବାହିତ ହେଉଛି। ତଳିଅ ଅଞ୍ଚଳର ସହରବାସୀ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଏପରିକି ଘରୁ ବାହାରି ପାରୁ ନାହାନ୍ତି। ଜଳବନ୍ଦୀ ଅଞ୍ଚଳରେ ରିଲିଫ୍‌ ସହାୟତା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶାସନିକ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଅନ୍ୟପକ୍ଷରେ ବନ୍ୟା ପ୍ରଭାବିତ ଅଞ୍ଚଳରେ ସ୍ୱାସ୍ଥ୍ୟସେବା ନେଇ ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି,“ବନ୍ୟା ପ୍ଳାବିତ ଅଞ୍ଚଳ ପାଇଁ ସ୍ୱତନ୍ତ୍ର ଡାକ୍ତରୀ ଦଳ ନିୟୋଜିତ କରାଯାଇଛି। ORS, ହାଲୋଜେନ ଟାବଲେଟ୍‌, ସାପ କାମୁଡ଼ା ଔଷଧ ସବୁଆଡ଼େ ମହଜୁଦ ରଖାଯାଇଛି। ପରିସ୍ଥିତି ଉପରେ ନଜର ରଖିବାକୁ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଖୋଲା ଯାଇଛି।”



from OdishaReporter https://ift.tt/2O8wshN

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages