ଜଙ୍ଗଲୀ ଛତୁ ଖାଇ ୪ ଅସୁସ୍ଥ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, July 11, 2018

ଜଙ୍ଗଲୀ ଛତୁ ଖାଇ ୪ ଅସୁସ୍ଥ

ଢେଙ୍କାନାଳ (ଓଡ଼ିଶା ରିପୋର୍ଟର): ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ଥାନା ଅଧୀନସ୍ଥ କନ୍ଦରା ଗ୍ରାମରେ ଜଙ୍ଗଲୀ ଛତୁ ଖାଇ ଗୋଟିଏ ପରିବାରର ୪ ଜଣ ସଦସ୍ୟ ଅସୁସ୍ଥ ହୋଇପଡ଼ିଛନ୍ତି। ବୁଧବାର ସେମାନଙ୍କୁ ପ୍ରଥମେ କଙ୍କଡ଼ାହାଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ଅଧିକ ଖରାପ ହେବାରୁ ସେମାନଙ୍କୁ କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

ମିଳିଥିବା ଖବର ଅନୁସାରେ, ଗତକାଲି ରାତିରେ ଦୁର୍ବାସ ରାୟ ଓ ତାଙ୍କ ସ୍ତ୍ରୀ ଜଙ୍ଗଲରୁ ଛତୁ ଆଣି ରାନ୍ଧି ଖାଇଥିଲେ। ଆଜି ସକାଳୁ ସେମାନଙ୍କର ବାନ୍ତି ହେବା ସହ ମୁଣ୍ଡ ବୁଲାଇଥିଲା। ତୁରନ୍ତ ସେମାନଙ୍କୁ କଙ୍କଡ଼ାହାଡ଼ ଡାକ୍ତରଖାନା ଓ ପରେ କାମାକ୍ଷାନଗର ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ବର୍ତ୍ତମାନ ସେମାନଙ୍କ ଅବସ୍ଥା ସ୍ଥିର ଥିବା ଡାକ୍ତର କହିଛନ୍ତି।

 



from OdishaReporter https://ift.tt/2JebYAx

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages