
ନୂଆଦିଲ୍ଲୀ (ଓଡ଼ିଶା ରିପୋର୍ଟର): ଦିଲ୍ଲୀ ଏମ୍ସରେ ଜଗା-କାଳିଆଙ୍କ ଚିକିତ୍ସାକୁ ପୂରିଲା ବର୍ଷେ। ଏହା ଭିତରେ ସୁସ୍ଥ ହୋଇଗଲେଣି ଦୁଇ ଭାଇ। ଦୁଇ ତିନି ଦିନ ଭିତରେ ଏମ୍ସରୁ ଡିସ୍ଚାର୍ଜ ହେବେ। ଏହି ସୂଚନା ଦେଇଛନ୍ତି ବାପା ଭୂୟାଁ କହଁର। ତେବେ ଡିସଚାର୍ଜ ପରେ ସେମାନେ ଆଉ କିଛି ଦିନ ଦିଲ୍ଲୀ ଓଡ଼ିଶା ଭବନରେ ରହିପାରନ୍ତି।
କନ୍ଧମାଳର ଯାଆଁଳା ଭାଇ ଜଗା-କାଳିଆ। ସଫଳ ହୋଇଛି ସେମାନଙ୍କ ବିରଳ ଅପରେସନ। ଯୋଡ଼ା ମୁଣ୍ଡ ଅଲଗା ହେବା ପରଠୁ ଦୁହେଁ ଭଲ ଅଛନ୍ତି। ଜଗା ଓ୍ୱାର୍ଡ ଭିତରେ ଖୁସି ମନରେ ବଲ୍ ଧରି ଖେଳାବୁଲା କରୁଛି। ଦୁଇ ଦିନ ତଳେ ଦୁଇ ଭାଇଙ୍କର ଏକ ଆଶ୍ୱସ୍ତି ଦେଲା ଭଳି ଫଟୋ ମଧ୍ୟ ଆସିଥିଲା। ଯେଉଁଥିରେ ଉଭୟଙ୍କ ମୁଣ୍ଡରେ ସ୍ୱତନ୍ତ୍ର ହେଲମେଟ୍ ନଥିଲା। ଦୁଇ ଭାଇ ଦିଲ୍ଲୀ ଏମ୍ସରୁ ଡିସଚାର୍ଜ ହେବା ପରେ ପ୍ରଥମେ ଦିଲ୍ଲୀର ଓଡ଼ିଶା ଭବନରେ ରହିବେ ବୋଲି ସେମାନଙ୍କ ବାପା ଭୂୟାଁ କହଁର କହିଛନ୍ତି।


from OdishaReporter https://ift.tt/2NjUpBD
No comments:
Post a Comment