ଜୁଲାଇ ୨୯ରୁ ପ୍ରବଳ ବର୍ଷା! - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, July 26, 2018

ଜୁଲାଇ ୨୯ରୁ ପ୍ରବଳ ବର୍ଷା!

ଭୁବନେଶ୍ୱର:  ପୁଣି ରାଜ୍ୟରେ ବଡ଼ ବର୍ଷାର ପୂର୍ବାନୁମାନ କରିଛନ୍ତି ପାଣପାଗ ବିଶେଷଜ୍ଞ। ଆସନ୍ତା ୨୯ ତାରିଖରେ ଉତ୍ତର ଓଡ଼ିଶା ଓ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଏବଂ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ସୋଆ ବିଶ୍ୱବିଦ୍ୟାଳୟର ପାଣିପାଗ ବିଭାଗ ସୂଚନା ଦେଇଛି। ଏହି ଆକଳନ ଅନୁଯାୟୀ, ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଓ ଲଘୁଚାପ ପ୍ରଭାବରେ ରାଜ୍ୟରେ ଜୁଲାଇ ୨୯ରୁ ଅଗଷ୍ଟ ୨ ଯାଏ ବର୍ଷା ହେବ। ଏହି ସମୟରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଆଶଙ୍କା ରହିଛି। ବିଶେଷ କରି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ଢେଙ୍କାନାଳ ଓ ଅନୁଗୁଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।  ବାକି ଜିଲ୍ଲା ଗୁଡ଼ିକରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଆକଳନ କରିଛନ୍ତି।



from OdishaReporter https://ift.tt/2v8h8Jx

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages