ବଙ୍ଗୋପ ସାଗରରେ ଲଘୁଚାପ: ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, July 20, 2018

ବଙ୍ଗୋପ ସାଗରରେ ଲଘୁଚାପ: ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ

rain

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓ ଘୂର୍ଣ୍ଣିଝଡ଼ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଆଜି ରାଜ୍ୟ ସରକାର ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ରାଜ୍ୟ ସ୍ୱତନ୍ତ୍ର ରିଲିଫ୍‌ କମିଶନର୍‌ ବିଷ୍ଣୁପଦ ସେଠୀ ସମସ୍ତ ଆରଡିସି, ପୁଲିସ୍‌ ଆଇଜି, ଅଗ୍ନିଶମ ଆଇଜି ଓ ଏନ୍‌ଡିଆରଏଫ୍‌ ତୃତୀୟ ବାଟାଲିୟନର କମାଣ୍ଡାଣ୍ଟଙ୍କ ସମେତ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ୨୦ରୁ ୨୨ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଓ କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଥିବାରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସମ୍ଭାବ୍ୟ ବନ୍ୟା ଓ ଜଳବନ୍ଦୀ ପରିସ୍ଥିତିର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯିବା ସହ ଜରୁରୀ ସ୍ଥିତିର ମୁକାବିଲା ନିମନ୍ତେ କର୍ମଚାରୀମାନଙ୍କୁ ସେମାନଙ୍କର ମୁଖ୍ୟାଳୟରେ ଉପସ୍ଥିତ ରହିବାକୁ କୁହାଯାଇଛି। ଜିଲ୍ଲାସ୍ତରରେ ୨୪ ଘଣ୍ଟିଆ ଜରୁରୀକାଳୀନ କଣ୍ଟ୍ରୋଲ୍ ରୁମ୍‌କୁ କାର୍ଯ୍ୟକ୍ଷମ କରାଇବା ଓ କୌଣସି ପ୍ରତିକୂଳ ପରିସ୍ଥିତି ଉପୁଜିଲେ ସଙ୍ଗେ ସଙ୍ଗେ ସ୍ୱତନ୍ତ୍ର ରିଲିଫ୍‌ କମିଶନର୍‌ଙ୍କ କାର୍ଯ୍ୟାଳୟକୁ ଅବଗତ କରିବାକୁ କୁହାଯାଇଛି।

ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌ଆର ବିଶ୍ୱାସଙ୍କ ଚିଠି ପାଇବା ପରେ ସ୍ୱତନ୍ତ୍ର ରିଲିଫ୍‌ କମିଶନର ଆଜି ଏହି ନିର୍ଦ୍ଦେଶ ଜାରି କରିଛନ୍ତି। ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ୨୦ ତାରିଖରେ ଉପକୂଳ ଜିଲ୍ଲା ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର,କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା ସମେତ ଯାଜପୁର, ନୟାଗଡ଼, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ ଓ କନ୍ଧମାଳରେ ପ୍ରବଳ ବର୍ଷାର ଆକଳନ କରିଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ। ୨୧ ତାରିଖରେ ଏସବୁ ଜିଲ୍ଲା ସମେତ କନ୍ଧମାଳ, ବୌଦ୍ଧ, ସୋନପୁର ଓ କଳାହାଣ୍ଡି ଜିଲ୍ଲା ଏବଂ ୨୨ ତାରିଖରେ ସୁନ୍ଦରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ସେ ଆକଳନ କରିଛନ୍ତି। ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ କୁହାଯାଇଛି।



from OdishaReporter https://ift.tt/2Ly0aeG

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages