ସାବଧାନ! ରାତିରେ ଆହୁରି ବର୍ଷିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, July 21, 2018

ସାବଧାନ! ରାତିରେ ଆହୁରି ବର୍ଷିବ

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ଅବପାତରେ ପରିଣତ ହେବା ପରେ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ବର୍ତ୍ତମାନ ଏହା ଉତ୍ତର-ଉପକୂଳ ଓଡ଼ିଶା ଓ ପଶ୍ଚିମବଙ୍ଗର ଉପକୂଳବର୍ତ୍ତୀ ଇଲାକା ଉପରେ କେନ୍ଦ୍ରୀଭୂତ ହୋଇଛି। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ଆହୁରି ଅଧିକ ଘନୀଭୂତ ହେବ। ଏହାର ପ୍ରଭାବରେ ଆଜି ରାତିରୁ କାଲି ସକାଳ ଯାଏ ଉପକୂଳ, ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ତେବେ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହି ଅବପାତ କ୍ରମଶଃ ଦୁର୍ବଳ ହୋଇ ପୁଣି ୱେଲ୍ ମାର୍କଡ୍‌ ଲଘୁଚାପରେ ପରିଣତ ହୋଇଯିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। କେନ୍ଦ୍ର ପକ୍ଷରୁ ଜାରି ସ୍ୱତନ୍ତ୍ର ବୁଲେଟିନ୍‌ରେ କୁହାଯାଇଛି ଯେ ଆସନ୍ତା ୪୮ ଘଣ୍ଟା ଯାଏ ରାଜ୍ୟର ବିଭିନ୍ନ ପ୍ରାନ୍ତରେ ବର୍ଷା ଲାଗି ରହିବ। ଆଜି ରାତିରେ ଦକ୍ଷିଣ ଓଡ଼ିଶା ସମେତ ଜଗତସିଂହପୁର, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ସମ୍ବଲପୁର ଓ ଉତ୍ତର ଓଡ଼ିଶର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ୨୨ ତାରିଖ ସକାଳୁ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳ ସମେତ ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼ ଓ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ପୂର୍ବନୁମାନ କରିଛି ପାଣିପାଗ କେନ୍ଦ୍ର। ଆସନ୍ତା ୨୪ ଘଣ୍ଟା ଯାଏ ପବନର ଘଣ୍ଟାପ୍ରତି ବେଗ ୪୫ରୁ ୫୫ କିମି ରହିବ। ସମୁଦ୍ର ଅଶାନ୍ତ ରହୁଥିବାରୁ ଆସନ୍ତା ୪୮ ଘଣ୍ଟା ଯାଏ ମତ୍ସ୍ୟଜୀବୀଙ୍କୁ ଏହା ମଧ୍ୟକୁ ଯିବାକୁ ବାରଣ କରାଯାଇଛି। ସେହିପରି ରାଜ୍ୟର ସମସ୍ତ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି କରାଯାଇ ଥିବା ଏହି ବୁଲେଟିନ୍‌ରେ କୁହାଯାଇଛି।



from OdishaReporter https://ift.tt/2zZjgJd

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages