
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଜେଡିରେ ଯୋଗ ଦେଲେ କଂଗ୍ରେସର ପୂର୍ବତନ ବିଧାୟକ ଦୁଷ୍ମନ୍ତ ନାଏକ। ଦୁଇ ଦିନ ତଳେ କଂଗ୍ରେସରୁ ଇସ୍ତଫା ଦେଇଥିବା ଦୁଷ୍ମନ୍ତ ଆଜି ଭୁବନେଶ୍ୱର ସ୍ଥିତ ବିଜେଡିର ମୁଖ୍ୟ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଦଳରେ ଯୋଗ ଦେଇଛନ୍ତି।
ସ୍ୱର୍ଗତ ଲୁଲୁ ମହାପାତ୍ରଙ୍କ ଖାସ୍ ଲୋକ ଭାବେ ଜଣାଶୁଣା ଦୁଷ୍ମନ୍ତ ୨୦୦୯ରୁ ୨୦୧୪ ପର୍ଯ୍ୟନ୍ତ ବିଧାୟକ ଥିଲେ। ସେ ଭବାନୀପାଟଣା ସଦର ନିର୍ବାଚନ ମଣ୍ଡଳୀରୁ ଜିତି ବିଧାନସଭାକୁ ଯାଇଥିଲେ।
କଂଗ୍ରେସର ସ୍ଥାନୀୟ ନେତୃତ୍ୱ ଉପରେ ଅସନ୍ତୁଷ୍ଟ ହୋଇ ସେ ଦଳ ଛାଡ଼ିଥିବା କୁହାଯାଉଛି।
from OdishaReporter https://ift.tt/2ui34NU
No comments:
Post a Comment