ଆସନ୍ନ ପ୍ରସବାଙ୍କୁ ସ୍ଥାନାନ୍ତର ପାଇଁ ଜିଲ୍ଲାପାଳଙ୍କୁ ନିଦ୍ଦେର୍ଶ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, July 20, 2018

ଆସନ୍ନ ପ୍ରସବାଙ୍କୁ ସ୍ଥାନାନ୍ତର ପାଇଁ ଜିଲ୍ଲାପାଳଙ୍କୁ ନିଦ୍ଦେର୍ଶ

ଭୁବନେଶ୍ୱର : ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କାକୁ ଦୃଷ୍ଟିରେ ରଖି ଦୁର୍ଗମ ଅଞ୍ଚଳର ସମସ୍ତ ଆସନ୍ନ ପ୍ରସବା ମହିଳାଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ପାଇଁ ଜିଲ୍ଲାପାଳ ମାନଙ୍କୁ ଆଜି ରାଜ୍ୟ ସରକାର ନିଦ୍ଦେର୍ଶ ଜାରି କରିଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ସଚିବ ଡଃ ପ୍ରମୋଦ କୁମାର ମେହେର୍ଦ୍ଦା ସମସ୍ତ ଜିଲ୍ଲାପାଳ ଓ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ଚିଠି ଲେଖି ଦୁଗର୍ମ ଅଞ୍ଚଳର ଯେଉଁ ମହିଳାମାନେ ଆସନ୍ତା ୧୫ ଦିନ ମଧ୍ୟରେ ସନ୍ତାନ ପ୍ରସବ କରିବାର ସମ୍ଭାବନା ରହିଛି ସେମାନଙ୍କୁ ନିକଟସ୍ଥ ମାତୃତ୍ୱ ପ୍ରତୀକ୍ଷା ଗୃହକୁ ସ୍ଥାନାନ୍ତର କରିବା ପାଇଁ ନିଦ୍ଦେର୍ଶ ଦେଇଛନ୍ତି। ଏହାସହିତ ୨୦ରୁ ୨୨ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଯୋଗୁ ଜଳବନ୍ଦୀ ଓ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ଥିବାରୁ ସମ୍ୱେଦନଶୀଳ ଅଂଚଳରେ ପର୍ଯ୍ୟାପ୍ତ ପରିମାଣର ବ୍ଲିଚିଂ ପାଉଡର, ସାଲାଇନ୍, ରୋଗ ପ୍ରତିଷେଧକ ଔଷଧ, ହାଲୋଜିନ୍ ଟାବ୍‌ଲେଟ୍‌ ଓ ଅନ୍ୟାନ୍ୟ ଜରୁରୀ ସାମଗ୍ରୀ ରଖିବାକୁ ନିଦ୍ଦେର୍ଶ ଦିଆଯାଇଛି। ଜିଲ୍ଲା ସ୍ତରରେ ଆସନ୍ତାକାଲିଠୁ ୨୪ ଘଣ୍ଟିଆ କଣ୍ଟ୍ରୋଲ୍ ରୁମ୍ ଖୋଲି ଜଣେ ଲେଖାଏ ଅଫିସର୍‌ଙ୍କୁ ସ୍ୱାସ୍ଥ୍ୟସେବା ନିମନ୍ତେ ନୋଡାଲ୍ ଅଫିସର୍‌ ଭାବେ ନିଯୁକ୍ତ କରିବାକୁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି।

 

 

 

 



from OdishaReporter https://ift.tt/2O1zAMt

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages