
ପୁରୀ(ମଧୁସୂଦନ ମିଶ୍ର): ଆଜି ଶ୍ରୀକ୍ଷେତ୍ରରେ ରଥାରୂଢ଼ ଠାକୁରଙ୍କ ପାଖରେ ଅଧରପଣା ଲାଗି ହେବ। ଆସନ୍ତାକାଲି ନୀଳାଦ୍ରି ବିଜେ। ଏଥିପାଇଁ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ଗହଳି ଚହଳି ଲାଗି ରହିଛି।
ଗତକାଲି ସୁନାବେଶ ଦେଖିବା ଲାଗି ବଡ଼ଦାଣ୍ଡରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଥିଲା। ସୁବର୍ଣ୍ଣ ଅଳଙ୍କାରରେ ଶ୍ରୀଅଙ୍ଗ ସଜ୍ଜା ପରେ ସୁନାବେଶରେ ଅଗଣିତ ଭକ୍ତଙ୍କୁ ଶ୍ରୀଜିଉ ଦର୍ଶନ ଦେଇଥିଲେ। ଶୃଙ୍ଖଳିତ ଦର୍ଶନ ପାଇଁ ସ୍ୱତନ୍ତ୍ର ବ୍ୟାରିକେଡ୍ କରାଯିବା ସହ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିଲା। ପୂର୍ବରୁ ରାତି ୧୦ଟାରେ ସୁନାବେଶ ଲାଗି ସମୟ ଧାର୍ଯ୍ୟ ହୋଇଥିଲା ବେଳେ ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଏହାକୁ ରାତି ସାଢ଼େ ୧୧ଟା ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଥିଲା।
ସୁରକ୍ଷା ପାଇଁ ବଡ଼ଦାଣ୍ଡ, ରଥ ଚାରିପଟେ ଓ ପୁରୀ ସହରର ବିଭିନ୍ନ ସ୍ଥାନରେ ୧୪୫ ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଛନ୍ତି। ଟ୍ରାଫିକ୍ ନିୟନ୍ତ୍ରଣ ଉପରେ ମଧ୍ୟ ବିଶେଷ ଧ୍ୟାନ ଦିଆଯାଉଛି।
from OdishaReporter https://ift.tt/2A77tZy
No comments:
Post a Comment