ଜଷ୍ଟିସ୍‌ କେ.ଏସ୍‌. ଜାଭେରୀ ହୋଇପାରନ୍ତି ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, July 20, 2018

ଜଷ୍ଟିସ୍‌ କେ.ଏସ୍‌. ଜାଭେରୀ ହୋଇପାରନ୍ତି ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି

ନୂଆଦିଲ୍ଲୀ: ଜଷ୍ଟିସ୍‌ କେ.ଏସ୍‌. ଜାଭେରୀ ଓଡ଼ିଶା ହାଇକାର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ହେବାର ସମ୍ଭାବନା ରହିଛି। ବର୍ତ୍ତମାନ ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟ କରୁଥିବା ଜଷ୍ଟିସ୍‌ ବିନୀତ ସରନ୍‌ଙ୍କୁ କଲେଜିୟମ୍‌, ସୁପ୍ରିମ୍‌କୋର୍ଟ ବିଚାରପତି ଭାବେ ପଦୋନ୍ନତି ଦେବାକୁ ସୁପାରିଶ କରିଥିବାରୁ ତାଙ୍କ ସ୍ଥାନରେ କେ.ଏସ୍‌. ଜାଭେରୀ ଦାୟିତ୍ୱ ଗ୍ରହଣ କରିବେ। ଏନେଇ କଲେଜିୟମ୍‌ କେନ୍ଦ୍ର ସରକାରଙ୍କୁ ସୁପାରିସ୍‌ କରିଛି। ଖୁବ୍‌ଶୀଘ୍ର କେନ୍ଦ୍ର ସରକାର ଏହା ଉପରେ ମୋହର ମାରି ପାରନ୍ତି। କେ.ଏସ୍‌. ଜାଭେରୀ ବର୍ତ୍ତମାନ ଗୁଜରାଟ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟ କରୁଛନ୍ତି। ପୂର୍ବରୁ ସେ ରାଜସ୍ଥାନ ହାଇକୋର୍ଟର ବିଚାରପତି ଭାବେ କାର୍ଯ୍ୟ କରୁଛନ୍ତି। ସମସ୍ତ ଯୋଗ୍ୟତା ଓ ବରିଷ୍ଠତାକୁ ବିଚାରକୁ ନେଇ କଲେଜିୟମ୍‌ ଏଭଳି ସୁପାରିଶ୍ କରିଥିବା ଜଣାପଡ଼ିଛି। ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ୍‌ ଦୀପକ ମିଶ୍ରଙ୍କ ଅଧ୍ୟକ୍ଷତାରେ ବସିଥିବା କଲେଜିୟମ୍‌ ବୈଠକରେ ଏଭଳି ନିଷ୍ପତ୍ତି ହୋଇଛି।



from OdishaReporter https://ift.tt/2JEU2iJ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages