
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସବୁ ଦିନେ ରାଜ୍ୟର କୌଣସି ନା କୌଣସି ସ୍ଥାନରେ ବର୍ଷା ହେଉଛି। ଆଜି ମଧ୍ୟ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ୯ଟି ଜିଲ୍ଲାକୁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। କାରଣ ଏହି ସବୁ ଜିଲ୍ଲାରେ ବର୍ଷା ସହିତ ଘୂର୍ଣ୍ଣିଝଡ଼ ଓ ବଜ୍ରପାତ ହୋଇପାରେ। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ସକାଳ ୧୦ଟା ୧୫ ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବୌଦ୍ଧ, ବଲାଙ୍ଗିର, ସୋନପୁର, ନୂଆପଡ଼ା, ନବରଙ୍ଗପୁର ଓ କଳାହାଣ୍ଡି।
from OdishaReporter https://ift.tt/2uZ2x3W
No comments:
Post a Comment