ଏହି ୧୦ଟି ଜିଲ୍ଲାରେ ପୁଣି ନିର୍ଧୁମ୍ ବର୍ଷିବ, ୪ଟି ଜିଲ୍ଲାରେ ଅଳ୍ପ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, July 18, 2018

ଏହି ୧୦ଟି ଜିଲ୍ଲାରେ ପୁଣି ନିର୍ଧୁମ୍ ବର୍ଷିବ, ୪ଟି ଜିଲ୍ଲାରେ ଅଳ୍ପ

ଭୁବେନଶ୍ୱର: ପୁଣି ବଡ଼ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିଛନ୍ତି ପାଣିପାଗ ବିଶେଷଜ୍ଞ। ଭୁବେନଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି ୨୧ ତାରିଖରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ। ତେବେ କେନ୍ଦ୍ରର ପୂର୍ବତନ ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ୨୦ ତାରିଖରେ ଲଘୁଚାପ ସୃଷ୍ଟି ହେବ ବୋଲି ଆକଳନ କରିଛନ୍ତି। ବର୍ତ୍ତମାନ ‘ସୋଆ’ ଜଳବାୟୁ ଓ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିବା ଡ. ସାହୁ କହିଛନ୍ତି, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହା ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉପକୂଳ ଓଡ଼ିଶା ଏବଂ ଗଜପତି, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାରେ ଆସନ୍ତାକାଲିଠାରୁ ୨୧ ତାରିଖ ଯାଏ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପଟି ୨୨ ତାରିଖରେ ଅଧିକ ଘନୀଭୂତ ହୋଇ ଡିପ୍ରେସନ୍‌ ବା ଅବପାତର ରୂପ ନେଇପାରେ। ଏପରି ହେଲେ ଜୁଲାଇ ୨୧ରୁ ୨୩ ତାରିଖ ଯାଏ ଉତ୍ତର ଓ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବ। ବିଶେଷ କରି ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, ବୌଦ୍ଧ ଓ ସୋନପୁରରେ ବର୍ଷାର ପରିମାଣ ଅଧିକ ରହିବ। ଏହା ବ୍ୟତୀତ ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୁଳ ଓ ଢେଙ୍କାନାଳରେ ମଧ୍ୟ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୨୧ରୁ ୨୩ ତାରିଖ ଯାଏ ସୁବର୍ଣ୍ଣରେଖା, ବ୍ରାହ୍ମଣୀ, ବୈତରଣୀ ଓ ବୁଢ଼ାବଳଙ୍ଗର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି ମହାନଦୀର ଉଭୟ ଉପର ଓ ତଳମୁଣ୍ଡରେ ମଧ୍ୟ ପ୍ରବଳ ବର୍ଷା ହେବ ବୋଲି ଡ. ସାହୁ ଆକଳନ କରିଛନ୍ତି। ସମୁଦ୍ର ଅଶାନ୍ତ ରହୁଥିବାରୁ ଧୀବରଙ୍କୁ ଏହା ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।



from OdishaReporter https://ift.tt/2zNg5El

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages