ପ୍ରବଳ ବର୍ଷିବ, ସତର୍କ କଲା ପାଣିପାଗ ବିଭାଗ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, July 14, 2018

ପ୍ରବଳ ବର୍ଷିବ, ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ ସୂଚନା ଦିଆଯାଇଛି। ଓଡ଼ିଶା ସମେତ ଦେଶର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଫଳରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଏହି ଲଘୁଚାପ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୱେଲ୍‌ ମାର୍କର ରୂପ ନେଇପାରେ। ଫଳରେ ଆଭ୍ୟନ୍ତରୀଣ ଏବଂ ପଶ୍ଚିମ ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ରହିଛି।

ଆସନ୍ତା ୭୨ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ବର୍ଷା ହେବ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏଥିପାଇଁ ଆସନ୍ତା ୪୮ ଘଣ୍ଟା ଯାଏ ମତ୍ସଜୀବୀ ମାନେ ସମୁଦ୍ରକୁ ନଯିବା ପାଇଁ ସତର୍କ କରାଯାଇଛି।



from OdishaReporter https://ift.tt/2NgoMsF

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages