ବିଦ୍ୟୁତ୍‌ ଆଘାତରେ ଜଣେ ଚାଷୀ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, July 31, 2018

ବିଦ୍ୟୁତ୍‌ ଆଘାତରେ ଜଣେ ଚାଷୀ ମୃତ

ନୟାଗଡ଼ (ସତ୍ୟ ନାରାୟଣ ସୁରଜଗଦେବ): ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ପାଣୁ ଭଟ୍। ତାଙ୍କ ଘର ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ବ୍ଲକ୍ ଶିଖରପୁର ଗାଁରେ।

ଏହାକୁ ନେଇ ଗାଁରେ ଉତ୍ତେଜନା ପ୍ରକାଶ ପାଇଛି। ମୃତକଙ୍କ ପରିବାର ଲୋକଙ୍କୁ କ୍ଷତିପୂରଣ ପ୍ରଦାନ କରିବା ଦାବିରେ ଗ୍ରାମବାସୀ ନୟାଗଡ଼-ଖଣ୍ଡପଡ଼ା ରାସ୍ତା ଅବରୋଧ କରିଛନ୍ତି। ଘଟଣା ସ୍ଥଳରେ ପୁଲିସ୍‌ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି।

ଆଜି ସକାଳେ ପାଣୁ ଜମିକୁ ଯାଉଥିବା ବେଳେ ଅଳ୍ପ ଉଚ୍ଚତାରେ ଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଯାଇଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା।

ଦୀର୍ଘ ଦିନ ଧରି ବିଦ୍ୟୁତ୍‌ ଖୁଣ୍ଟ ନଇଁ ରହିଥିଲେ ମଧ୍ୟ ବିଦ୍ୟୁତ୍‌ ବିଭାଗ କୌଣସି ପଦକ୍ଷେପ ନେଉ ନ ଥିବା ଅଭିଯୋଗ ହୋଇଛି।

 

 



from OdishaReporter https://ift.tt/2O2rEKh

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages