ଅଟୋକୁ ପିଟିଲା କାର୍‌, ୨ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, July 13, 2018

ଅଟୋକୁ ପିଟିଲା କାର୍‌, ୨ ମୃତ

ବାଲେଶ୍ୱର (ରଶ୍ମୀରଞ୍ଜନ ଦାସ): ୬୦ ନମ୍ୱର ଜାତୀୟ ରଜପଥର ବାଲେଶ୍ୱର ଜିଲ୍ଲା ରୁପ୍‌ସା ଥାନା ନିକଟରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଏମାନେ ସମସ୍ତେ ରୁପ୍‌ସା ନିକଟସ୍ଥ ତାହାରପୁର ଗାଁର।

ଆଜି ସକାଳେ ତାହାରପୁର ଗାଁର ୬ ଜଣ ଯୁବକ ଏକ ଅଟୋରେ ବାଲେଶ୍ୱର ଅଭିମୁଖେ ଯାଉଥିଲେ। ରୁପ୍‌ସା ଥାନା ନିକଟରେ ଏକ କାର୍‌ ଅଟୋକୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ବ୍ରଜମୋହନ ସେନାପତି ଓ କମଳାକାନ୍ତ ସ୍ୱାଇଁଙ୍କ ମୃତ୍ୟୁ ଘଟିଥିଲା। ୪ ଜଣ ଗୁରୁତର ଭାବେ ଆହତ ହୋଇଥିଲେ। ସେମାନଙ୍କୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ସଂକଟାପନ୍ନ ହେବାରୁ ସେମାନଙ୍କ ମଧ୍ୟରୁ ୨ ଜଣଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।



from OdishaReporter https://ift.tt/2KUCox6

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages