
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସାରା ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି। ତେବେ ଝଡ଼ତୋଫାନ ଓ ବଜ୍ରପାତ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୧୧ ଜିଲ୍ଲାକୁ ଦିନ ୧୨ଟା ଯାଏ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଉଛି- ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, ଢେଙ୍କାନାଳ, କୋରାପୁଟ, ନବରଙ୍ଗପୁର, ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି ଓ ରାୟଗଡ଼ା।
ସୂଚନାଯୋଗ୍ୟ, ଗତକାଲି ଗଜପତି, କଳାହାଣ୍ଡି, ଖୋର୍ଦ୍ଧା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ପୁରୀ, କଟକ ଏବଂ ରାୟଗଡ଼ାରେ ପ୍ରବଳ ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଏହି ସବୁ ଜିଲ୍ଲାର ୧୬ଟି ବ୍ଲକରେ ୨୦୦ ମିଲିମିଟରରୁ ଅଧିକ ବର୍ଷା ରେକର୍ଡ ହୋଇଛି। ପୁରୀରେ ସର୍ବାଧିକ ୩୨୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।
from OdishaReporter https://ift.tt/2mxTZw9
No comments:
Post a Comment