
ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ଆଜି ଘୂର୍ଣ୍ଣିଝଡ଼ ସହ ବର୍ଷା ହେବ। ଘଡ଼ଘଡ଼ି ବି ମାରିବ। ଏନେଇ ୮ଟି ଜିଲ୍ଲାକୁ ଅପରାହ୍ନ ସାଢ଼େ ୪ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ଏହି ସମୟରେ ଘରୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି।
ଏହି ଜିଲ୍ଲାଗୁଡ଼ିକ ହେଲେ କନ୍ଧମାଳ, ସମ୍ବଲପୁର, କଳାହାଣ୍ଡି, ରାୟଗଡ଼ା, ପୁରୀ, ମୟୂରଭଞ୍ଜ, କେନ୍ଦୁଝର ଓ ନୟାଗଡ଼।
from OdishaReporter https://ift.tt/2mOPkGi
No comments:
Post a Comment