
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ୧୬ ତାରିଖରେ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ହେଲେ ସେ ଓଡ଼ିଶା ଗସ୍ତରେ ଆସି ନପାରନ୍ତି ବୋଲି ଜଣାପଡ଼ିଛି। ପ୍ରଧାନମନ୍ତ୍ରୀଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ ଥିବାରୁ ତାଙ୍କ ଓଡ଼ିଶା ଗସ୍ତ ବାତିଲ୍ ହୋଇପାରେ। ତେବେ ଗସ୍ତ ବାତିଲ ନେଇ ଲିଖିତ ବାର୍ତ୍ତା କିଛି ଆସିନାହିଁ।
ଉପରାଷ୍ଟ୍ରପତି ଭୁବନେଶ୍ୱର ଏମ୍ସ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବା ପାଇଁ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିଲା। ତେବେ ସେ ନଆସିବା ନେଇ ଟେଲିଫୋନ ଜରିଆରେ ଏମସ୍କୁ ସୂଚନା ଦିଆଯାଇଥିବା ଜଣାପଡ଼ିଛି ।
from OdishaReporter https://ift.tt/2Kp8VGn
No comments:
Post a Comment