ନ୍ୟୁ ଷ୍ଟିୱାର୍ଟ ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, August 15, 2018

ନ୍ୟୁ ଷ୍ଟିୱାର୍ଟ ବିଦ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ

କଟକ (ଓଡ଼ିଶା ରିପୋର୍ଟର): କଟକ ମିଶନ ରୋଡ଼ସ୍ଥିତ ନ୍ୟୁ ଷ୍ଟିୱାର୍ଟ ସ୍କୁଲରେ ୭୨ତମ ସ୍ୱଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍କୁଲରେ ଅଧ୍ୟକ୍ଷା ଏମ୍.ତୃପ୍ତିରାଣୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବିଶେଷ ସଭାରେ ଇନ୍ଦିରା ଗାନ୍ଧି ମହିଳା ମହାବିଦ୍ୟାଳୟର ଦର୍ଶନଶାସ୍ତ୍ର ବିଭାଗର ରିଡର ଡ. ଅରୂପ ରାୟ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ।

ବିଦ୍ୟାଳୟର ସଂଯୋଜିକା ସୁମିତ୍ରା ପଣ୍ଡା, କ୍ରୀଡ଼ା ଶି‍କ୍ଷକ ଅମୂଲ୍ୟ ବେହେରା ଓ ସାମୁଏଲ୍ ଜେନା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଶିକ୍ଷୟିତ୍ରୀ ରୋଜାଲିନ ନାୟକ ଓ ସାଗରିକା ବନସର କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ୱାରା ଦେଶାତ୍ମବୋଧକ ସଙ୍ଗୀତ ଓ ନୃତ୍ୟ ପରିବେଷଣ କରାଯାଇଥିଲା। ଶିକ୍ଷୟିତ୍ରୀ ମିତ୍ରାବିନ୍ଦା ସାମନ୍ତରାୟ ଧନ୍ୟବାଦ ଅର୍ପଣ କରିଥିଲେ।



from OdishaReporter https://ift.tt/2MMVh1O

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages