ରାତିରେ ପ୍ରବଳ ବର୍ଷିବ, ସତର୍କ କଲା ପାଣିପାଗ କେନ୍ଦ୍ର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, August 20, 2018

ରାତିରେ ପ୍ରବଳ ବର୍ଷିବ, ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାତିରେ ରାଜ୍ୟର ଅଧାରୁ ଅଧିକ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏନେଇ ୧୯ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହି ସବୁ ଜିଲ୍ଲାରେ ବଜ୍ରପାତର ଆଶଙ୍କା ଥିବାରୁ ରାତି ୧୦ଟାଏ ବାହାରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି।

ଉତ୍ତର-ପଶ୍ଚିମ ବଙ୍ଗୋପସାଗରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଜି ରାତିରେ କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୋଳ, ସୋନପୁର, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲା ପ୍ରବଳ ବର୍ଷା ହେବ। ରାଜଧାନୀ ଭୁବନେଶ୍ୱର ମଧ୍ୟ ଏଥିରୁ ବାଦ୍‌ ପଡ଼ିବନି।

ପାଣିପାଗର ବିଭାଗର ଆକଳନ ଅନୁସାରେ ରାତି ୧୦ଟାଏ ଉପରୋକ୍ତ ଜିଲ୍ଲା ଗୁଡ଼ିକରେ ଝଡ଼ତୋଫାନ୍‌ ସହ ବଜ୍ରପାତର ଆଶଙ୍କା ମଧ୍ୟ ରହିଛି। ଏହି ସମୟରେ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।



from Odisha Reporter https://ift.tt/2BsXj6a

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages