ବାଜପେୟୀଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବାକୁ ଏମ୍‌ସ ଯିବେ ନବୀନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, August 16, 2018

ବାଜପେୟୀଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବାକୁ ଏମ୍‌ସ ଯିବେ ନବୀନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ତାଙ୍କୁ ଦିଲ୍ଲୀ ଏମ୍‌ସରେ ରଖାଯାଇଛି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଂପର୍କରେ ବୁଝିବା ପାଇଁ ସେଠାରେ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ଭିଡ଼ ଲାଗିଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଦିଲ୍ଲୀ ଗସ୍ତ କରିବେ। ସେ ଦିଲ୍ଲୀ ଏମ୍ସ ଯାଇ ବାଜପେୟୀଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିବେ।

ମୁଖ୍ୟମନ୍ତ୍ରୀ କହିଛନ୍ତି,“ବାଜପେୟୀଜୀଙ୍କ ଦେହ ବହୁତ ଖରାପ ଅଛି। ତେଣୁ ମୁଁ ତାଙ୍କୁ ଦେଖିବାକୁ ଆଜି ଅପରାହ୍ନରେ ଦିଲ୍ଲୀ ଯାଉଛି। ତାଙ୍କ କ୍ୟାବିନେଟ୍‌ରେ ମୁଁ ଥିଲି। ମୁଁ ତାଙ୍କ ସହ ଦୁଇ ବର୍ଷ କାମ କରିଛି।”

ସେ ଆହୁରି କହିଛନ୍ତି,“ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଂପର୍କରେ ଶୁଣି ମୁଁ ମର୍ମାହତ। ବାଜପେୟୀ ଜଣେ ମହାନ ନେତା।”

ବାଜପେୟୀଙ୍କୁ ଦିଲ୍ଲୀ ଏମ୍ସରେ ଲାଇଫ୍‌ ସପୋର୍ଟ ସିଷ୍ଟମ୍‌ରେ ରଖାଯାଇଛି। ତାଙ୍କ ଅବସ୍ଥା ଅତି ଗମ୍ଭୀର ଥିବା ନେଇ ଏମ୍ସ ପକ୍ଷରୁ ଜାରି କରାଯାଇଥିବା ବୁଲେଟିନ୍‌ରେ କୁହାଯାଇଛି।

କେନ୍ଦ୍ର ଗୃହ ମନ୍ତ୍ରୀ ରାଜନାଥ ସିଂହ, ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା, ତୈଳ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତଥା ବିଜେପିର ବରିଷ୍ଠ ନେତା ଏଲ୍‌.କେ ଆଡ଼ଭାନୀଙ୍କ ସମେତ ଦଳର ବହୁ ବରିଷ୍ଠ ନେତା ଆଜି ସକାଳେ ଏମ୍‌ସ ଯାଇ ବାଜପେୟୀଙ୍କ ସ୍ଵାସ୍ଥ୍ୟାବସ୍ଥା ସମ୍ପର୍କରେ ବୁଝିଥିଲେ।

 



from OdishaReporter https://ift.tt/2OHeKSm

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages