
ଧର୍ମଗଡ଼ (ଇଙ୍ଗିତ ପଣ୍ଡା): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ୍ ହଂସପଡ଼ା ଗାଁର ଜଣେ ଯୁବକଙ୍କୁ ଭାଲୁ ଆକ୍ରମଣ କରିଛି। ତାଙ୍କ ନାଁ ବିଦ୍ୟାଧର ହଂସ।
ଆଜି ସକାଳେ ସେ ଶୌଚ ପାଇଁ ନିକଟସ୍ଥ ଜଙ୍ଗଲକୁ ଯାଇଥିଲେ। ସେଠାରେ ତାଙ୍କୁ ଭାଲୁ ଆକ୍ରମଣ କରିଥିଲା।
ବିଦ୍ୟାଧରଙ୍କୁ ଗୁରୁତର ଅବସ୍ଥାରେ କୋକସରା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ସୂଚନାଯୋଗ୍ୟ, ଗତ ୧୦ ତାରିଖରେ ନୂଆପଡ଼ା ଜିଲ୍ଲା କୋମନା ଥାନା ଅନ୍ତର୍ଗତ ଲର୍କି ଗାଁରେ ଭାଲୁ ଆକ୍ରମଣରେ ୨ ଜଣ ଗୁରୁତର ଆହତ ହୋଇଥିଲେ।
from Odisha Reporter https://ift.tt/2w8OObj
No comments:
Post a Comment