ମହାନଦୀ ଅବବାହିକା ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, August 28, 2018

ମହାନଦୀ ଅବବାହିକା ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ

src

ସମ୍ୱଲପୁର(ଓଡ଼ିଶା ରିପୋର୍ଟର): ମହାନଦୀ ଅବବାହିକାରେ ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି। ଆଜି ସନ୍ଧ୍ୟା ସୁଦ୍ଧା ହୀରାକୁଦ ଡ୍ୟାମର ୨୫ଟି ଗେଟ୍ ଖୋଲାଯିବାକୁ ଥିବାରୁ ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା ରହିଛି। ଏନେଇ ମହାନଦୀ ଅବବାହିକାରେ ଥିବା ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ପକ୍ଷରୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

୨୫ଟି ଗେଟ୍‌ ଦେଇ ହୀରାକୁଦରୁ ୪ ଲକ୍ଷ କ୍ୟୁସେକ୍ ଜଳ ଛଡ଼ାଯିବ। ଏହାଦ୍ୱାରା ଆଜି ସନ୍ଧ୍ୟା ସୁଦ୍ଧା ମୁଣ୍ଡଳୀ ଦେଇ ୬ ଲକ୍ଷ କ୍ୟୁସେକ୍‌ ଜଳ ପ୍ରବାହିତ ହେବ। ୩୦ ତାରିଖ ଗୁରୁବାର ସକାଳ ସୁଦ୍ଧା ଏହା ବୃଦ୍ଧି ପାଇ ମୁଣ୍ଡଳୀରେ ୮ ଲକ୍ଷ କ୍ୟୁସେକ ଜଳ ପ୍ରବାହିତ ହେବ। ତେଣୁ ତଳିଆ ଅଞ୍ଚଳରେ ଲୋକଙ୍କୁ ସ୍ଥାନାନ୍ତର କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ହୀରାକୁଦରୁ ପାଣି ଛଡ଼ାଯିବା ଦ୍ୱାରା ସମ୍ବଲପୁର, ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୋଳ, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ପୁରୀ, ଯାଜପୁର ଓ ଖୋର୍ଦ୍ଧା ଜିଲ୍ଲାରେ ବନ୍ୟା ଆଶଙ୍କା ଅଛି। ପ୍ରଥମ ପର୍ଯ୍ୟାୟରେ ସମ୍ବଲପୁର ଜିଲ୍ଲାର ତଳିଆ ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତର ପାଇଁ ସ୍ୱତନ୍ତ୍ର ରିଲିଫ୍ କମିଶନର ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ NDRF, ଓଡ୍ରାଫ୍ ଓ ଅଗ୍ନିଶମ କର୍ମଚାରୀଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ବର୍ତ୍ତମାନ ହୀରାକୁଦର ୨୦ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି।



from Odisha Reporter https://ift.tt/2whLqLq

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages