୧୩ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, August 7, 2018

୧୩ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ଉତ୍ତର –ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ଘନୀଭୂତ ହେବାରେ ଲାଗିଛି। ବର୍ତ୍ତମାନ ଏହା ଅତି ସ୍ପଷ୍ଟ ଲଘୁଚାପ ବା ୱେଲମାର୍କଡ ଲୋ- ପ୍ରେସର୍‌ରେ ପରିଣତ ହୋଇଛି।

ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଓ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ଥିବା ଶିକ୍ଷା ଓ ଅନୁସନ୍ଧାନର ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

କେନ୍ଦ୍ରର ନିର୍ଦ୍ଦେଶକ ଡ.ଶରତ ଚନ୍ଦ୍ର ସାହୁ କହିଛନ୍ତି, ଲଘୁଚାପ ପ୍ରଭାବରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି।

ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ଏବେ ଲଘୁଚାପ ଘନୀଭୂତ ହେଉଥିବାରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି।

ତେବେ ୧୩ଟି ଜିଲ୍ଲା-ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ସୋନପୁର, ବରଗଡ଼, ବଲାଙ୍ଗିର, ସମ୍ବଲପୁର, କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ନବରଙ୍ଗପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବା ଡ.ସାହୁ ଆକଳନ କରିଛନ୍ତି।

ଅନ୍ୟପକ୍ଷରେ ଆସନ୍ତା ୧୩ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ଡ.ସାହୁ ସୂଚନା ଦେଇଛନ୍ତି।



from OdishaReporter https://ift.tt/2LYL8CJ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages