୧୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, August 18, 2018

୧୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୩ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଓ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆସନ୍ତାକାଲି ରାଜ୍ୟର ୧୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବିଶିଷ୍ଟ ପାଣିପାଗ ବିଶେଷଜ୍ଞ ତଥା ସୋଆର ପରିବେଶ ଓ ଜଳବାୟୁ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି।

ଡ.ସାହୁଙ୍କ ଆକଳନ ଅନୁଯାୟୀ, ଆସନ୍ତାକାଲି ନବରଙ୍ଗପୁର, ରାୟଗଡ଼ା, ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ପୁରୀ, ଯାଜପୁର, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ୨୦ ତାରିଖରେ କୋରାପୁଟ, ରାୟଗଡ଼ା, ମାଲକାନାଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷାର ଆଶଙ୍କା ରହିଛି।

ଅଗଷ୍ଟ ୨୧ ତାରିଖରେ ମଧ୍ୟ କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁର ଜିଲ୍ଲାର ଅଧିକାଂଶ ସ୍ଥାନରେ ବର୍ଷା ହେବ ବୋଲି ଡ.ସାହୁ ଆକଳନ କରିଛନ୍ତି।



from Odisha Reporter https://ift.tt/2vOiB95

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages