
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଘନୀଭୂତ ହେବାରେ ଲାଗିଛି। ଏହାର ପ୍ରଭାବରେ ଆଜି ରାତିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ପ୍ରବଳ ବେଗରେ ପବନ ବହିବା ସହିତ ଘଡଘଡ଼ି ବି ମାରିବ। ଏଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ୧୩ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି। ଏହି ସମୟରେ ଘରୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି।
ଆଜି ରାତି ୯ଟା ସୁଦ୍ଧା ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବରଗଡ଼, କେନ୍ଦୁଝର, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ୱର, ଯାଜପୁର ଓ ଭଦ୍ରକ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ବିଜୁଳି ଓ ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ବହିବ। ଏହି ସମୟରେ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।
ଆଜି ଅପରାହ୍ନରେ ଢେଙ୍କାନାଳରେ ବଜ୍ରପାତ ହୋଇ ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଏଥିରେ ଅନ୍ୟ ୫ ଜଣ ଅସୁସ୍ଥ ହୋଇଛନ୍ତି। ସେମାନଙ୍କୁ ମେଡିକାଲ୍ରେ ଭର୍ତ୍ତି କରାଯାଇଛି।
from OdishaReporter https://ift.tt/2vK4Tnr
No comments:
Post a Comment