ଲଘୁଚାପ ବର୍ଷାରେ ଭିଜିବ ୧୮ ଜିଲ୍ଲା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, August 13, 2018

ଲଘୁଚାପ ବର୍ଷାରେ ଭିଜିବ ୧୮ ଜିଲ୍ଲା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲଘୁଚାପ ଜନିତ ବର୍ଷାରେ ରାଜ୍ୟର ୧୮ଟି ଜିଲ୍ଲା ଭିଜିବ। ଆସନ୍ତା ଦୁଇଦିନ ଧରି ଅର୍ଥାତ ୧୫ ତାରିଖ ପର୍ଯ୍ୟନ୍ତ ନିର୍ଧୁମ୍‌ ବର୍ଷିବ। ୯ଟି ଜିଲ୍ଲାରେ ବର୍ଷା ପ୍ରବଳ ଏବଂ ଅନ୍ୟ ୯ଟି ଜିଲ୍ଲାରେ ଅତି ପ୍ରବଳ ହେବାର ସମ୍ଭାବନା ରହିଛି।

ଗଞ୍ଜାମ, ପୁରୀ, ନୟାଗଡ଼, ଖୋର୍ଦ୍ଧା, କନ୍ଧମାଳ, ସମ୍ବଲପୁର, ବୌଦ୍ଧ, ଜଗତସିଂପୁର ଏବଂ କଟକ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବ ବୋଲି ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।

ସେହିପରି କଳାହାଣ୍ଡି, ରାୟଗଡ଼ା, ଗଜପତି, ଅନୁଗୋଳ, କେନ୍ଦ୍ରାପଡ଼ା, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଏଥିପାଇଁ ସତର୍କ ରହିବାକୁ ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ବର୍ଷା ଯୋଗୁ ଯଦି କେଉଁଠି ବନ୍ୟା ଭଳି ପରିସ୍ଥିତି ଉପୁଜେ ତେବେ ଉଦ୍ଧାର କାର୍ଯ୍ୟ ପାଇଁ ୩ଶହ ବୋଟ୍ ମହଜୁଦ ରଖାଯାଇଥିବା ଡେପୁଟୀ ରିଲିଫ୍ କମିଶନର ପ୍ରଭାତ ରଞ୍ଜନ ମହାପାତ୍ର ସୂଚନା ଦେଇଛନ୍ତି।



from OdishaReporter https://ift.tt/2vYuOqM

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages