ଜଙ୍ଗଲକୁ ଯାଇଥିଲେ, ଭାଲୁ ହାବୁଡ଼ରେ ପଡ଼ିଗଲେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, August 9, 2018

ଜଙ୍ଗଲକୁ ଯାଇଥିଲେ, ଭାଲୁ ହାବୁଡ଼ରେ ପଡ଼ିଗଲେ

ନୂଆପଡ଼ା (ମାୟାଧର ସରାଫ୍‌): ନୂଆପଡ଼ା ଜିଲ୍ଲା କୋମନା ଥାନା ଅନ୍ତର୍ଗତ ଲର୍‌କି ଗାଁରେ ଭାଲୁ ଆକ୍ରମଣରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ୟାଦ ବିଶ୍ୱାଳ ଓ ନିବାସ କୁମାର ନିଆଲ। ଉଭୟଙ୍କୁ ନୂଆପଡ଼ା ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଆଜି ସକାଳେ ସେମାନେ ଗାଁ ପାଖ ଜଙ୍ଗଲକୁ ଯାଇଥିଲେ। ହଠାତ୍ ଏକ ଭାଲୁ ଆସି ସେମାନଙ୍କୁ ଆକ୍ରମଣ କରିଥିଲା। ଏଥିରେ ୟାଦ ବିଶ୍ୱାଳଙ୍କ ଗୋଡ଼ ଭାଙ୍ଗି ଯାଇଥିବା ବେଳେ ନିବାସଙ୍କ ହାତ ପାପୁଲିକୁ ଭାଲୁ କାମୁଡ଼ି ଦେଇଛି।

ଗୁରୁତର ଅବସ୍ଥାରେ ସେମାନଙ୍କୁ ପ୍ରଥମେ କୋମନା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଉଭୟଙ୍କୁ ନୂଆପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।



from OdishaReporter https://ift.tt/2nr5HJo

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages