ଘନୀଭୂତ ହେଉଛି ଲଘୁଚାପ, କାଲିଠୁ ୨୮ ଯାଏ ବର୍ଷା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, August 25, 2018

ଘନୀଭୂତ ହେଉଛି ଲଘୁଚାପ, କାଲିଠୁ ୨୮ ଯାଏ ବର୍ଷା

Heavy rains Delhi

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଘନୀଭୂତ ହେବାରେ ଲାଗିଛି।

ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ୨୮ ତାରିଖ ଯାଏ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଓ କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଆଜି ସୋଆର ପରିବେଶ ଓ ଜଳବାୟୁ କେନ୍ଦ୍ରର ନିର୍ଦ୍ଦେଶକ ଡ.ଶରତ ଚନ୍ଦ୍ର ସାହୁ ସୂଚନା ଦେଇଛନ୍ତି।

ଡ. ସାହୁ କହିଛନ୍ତି, ଲଘୁଚାପ ପ୍ରଭାବରେ ଆଜି ରାଜ୍ୟର ଅଧିକାଂଶ ସହରର ଆକାଶ ମେଘାଚ୍ଛନ୍ନ ରହିଥିଲା। ଏପରି କି କିଛି ସ୍ଥାନରେ କାଁଭାଁ ବର୍ଷା ହୋଇଥିବା ମଧ୍ୟ ରେକର୍ଡ ହୋଇଛି। ତେବେ ଆସନ୍ତାକାଲିଠାରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ।

ଖୋର୍ଦ୍ଧା, କଟକ, ପୁରୀ, ଗଞ୍ଜାମ, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ରାୟଗଡ଼ା, ଗଜପତି, କନ୍ଧମାଳ, ନୟାଗଡ଼, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, ଦେବଗଡ଼, ସମ୍ବଲପୁର, ବରଗଡ଼ ଏବଂ ଝାରସୁଗୁଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି।

୨୮ ତାରିଖ ଯାଏ ଏଭଳି ପାଗ ଲାଗି ରହିବ ବୋଲି ଡ. ସାହୁ ଆକଳନ କରିଛନ୍ତି।



from Odisha Reporter https://ift.tt/2we0GZE

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages