ସରକାରଙ୍କୁ ହାଇକୋର୍ଟଙ୍କ ବଡ଼ ଝଟକା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, August 22, 2018

ସରକାରଙ୍କୁ ହାଇକୋର୍ଟଙ୍କ ବଡ଼ ଝଟକା

highcourt
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଶିକ୍ଷକଙ୍କୁ ନିୟମିତ କରିବା ପାଇଁ ସରକାର ସେମାନଙ୍କୁ ସତ୍ୟପାଠ ଦାଖଲ କରିବାକୁ ଦେଇଥିବା ନିର୍ଦ୍ଦେଶକୁ ହାଇକୋର୍ଟ ରଦ୍ଦ କରିଛନ୍ତି। ୨୦୧୭ ମସିହାଠାରୁ ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଶିକ୍ଷକ ଓ ଅଧ୍ୟାପକଙ୍କୁ ନିୟମିତ କରିବା ବାହାନାରେ ରାଜ୍ୟ ସରକାର ସେମାନଙ୍କଠାରୁ ବିଜ୍ଞପ୍ତି ଜରିଆରେ ସତ୍ୟପାଠ ଆହ୍ୱାନ କରିଥିଲେ।
ତେବେ ସତ୍ୟପାଠରେ ଯେଉଁ ସବୁ ସର୍ତ୍ତ ରଖାଯାଇଥିଲା, ତାହା ଶିକ୍ଷକ ଓ ଅଧ୍ୟାପକଙ୍କ ମୌଳିକ ଅଧିକାରକୁ କ୍ଷୁଣ୍ଣ କରୁଥିବା ଦର୍ଶାଇ କୋର୍ଟରେ ମାମଲା ରୁଜୁ ହୋଇଥିଲା।
ହାଇକୋର୍ଟର ବିଚାରପତି ଜଷ୍ଟିସ ଏ.କେ.ରଥ ମାମଲାର ବିଚାର କରି ସରକାରଙ୍କ ବିଜ୍ଞପ୍ତିକୁ ରଦ୍ଦ କରିଦେଇଛନ୍ତି। କୋର୍ଟଙ୍କ ରାୟ ସରକାରଙ୍କୁ ଝଟକା ହୋଇଛି। ୨୦୧୭ ଅକ୍ଟୋବର ୨୨ରେ ଏହି ବିଜ୍ଞପ୍ତି ପ୍ରକାଶ ପାଇଥିଲା।
ଏପଟେ ସପ୍ତମ ଦିନରେ ଭୁବନେଶ୍ୱର ମାହାତ୍ମାଗାନ୍ଧୀ ମାର୍ଗରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି ରହିଛି। ୨୪ ତାରିଖ ପର୍ଯ୍ୟନ୍ତ ଡେଡ୍‌ଲାଇନ ଦେଇଛି ମିଳିତ ମଞ୍ଚ। ଦାବି ପୂରଣ ନହେଲେ ୨୫ରୁ ଆନ୍ଦୋଳକକୁ ବ୍ୟାପକ କରିବାକୁ ମଞ୍ଚ ଚେତାବନୀ ଦେଇଛି।


from Odisha Reporter https://ift.tt/2MsYtnk

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages