
ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଘନୀଭୂତ ହେବାରେ ଲାଗିଛି। ଏହାର ପ୍ରଭାବରେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଯାଇଛି।
ତେବେ ଆସନ୍ତାକାଲିଠାରୁ ବର୍ଷାର ପରିମାଣ ବୃଦ୍ଧି ପାଇବ। ଏପରି କି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଭୁବେନଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
କେନ୍ଦ୍ରର ସୂଚନା ଅନୁଯାୟୀ ବର୍ତ୍ତମାନ ଲଘୁଚାପ ଘନୀଭୂତ ହୋଇ ଶକ୍ତି ସଂଗ୍ରହ କରିବାରେ ଲାଗିଛି। ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷାର ପରିମାଣ ବୃଦ୍ଧି ପାଇବ।
କିନ୍ତୁ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ।
ରାୟଗଡ଼ା, କଳାହାଣ୍ଡି, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା କଟକ, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, ସୋନପୁର, ସମ୍ବଲପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଆଶଙ୍କା ରହିଛି।
ଉପରୋକ୍ତ ଜିଲ୍ଲାର କିଛି ସହରରେ ୨୨୦ ମିମିରୁ ଅଧିକ ବର୍ଷା ମଧ୍ୟ ହୋଇପାରେ। ଅଗଷ୍ଟ ୧୫ରେ ମଧ୍ୟ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଏବଂ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।
ପୁରୀ, ଗଞ୍ଜାମ, ଖୋର୍ଦ୍ଧା,ନୟାଗଡ଼ ଜଗତତସିଂହପୁର,ଯାଜପୁର, ଭଦ୍ରକ, କନ୍ଧମାଳ,ବୌଦ୍ଧ ଓ ସମ୍ବଲପୁରର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
୧୬ ତାରିଖରେ ଉତ୍ତର ଓଡ଼ିଶାର ଅଧିକାଂଶ ଜିଲ୍ଲା ସମେତ ନୂଆପଡ଼ା, ବଲାଙ୍ଗିର, ସୋନପୁର, ନୟାଗଡ଼ ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ।
୧୭ ତାରିଖରୁ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିବାର ସମ୍ଭାବନା ରହିଥିବା କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।
ଲଘୁଚାପ ଯୋଗୁ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ୧୬ ତାରିଖ ସକାଳ ଯାଏ ଏହା ମଧ୍ୟକୁ ଯିବାରୁ ବାରଣ କରାଯାଇଛି।
ଅନ୍ୟପକ୍ଷରେ ସୋଆ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ୧୬ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ହ୍ରାସ ପାଇବ। କିନ୍ତୁ ୧୪ ଓ ୧୫ ତାରିଖରେ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ।
from OdishaReporter https://ift.tt/2B2l8Bz
No comments:
Post a Comment