
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ଦେଶବ୍ୟାପୀ ୭୨ତମ ସ୍ୱାଧୀନତା ଦିବସ ପାଳନ କରାଯାଇଛି। ଏନେଇ ସାରା ରାଜ୍ୟ ଉତ୍ସବମୁଖର ହୋଇ ଉଠିଛି। ରାଜଧାନୀ ଭୁବନେଶ୍ୱରର ମହାତ୍ମାଗାନ୍ଧୀ ମାର୍ଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରି ରାଜ୍ୟସ୍ତରୀୟ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ। ସ୍ୱାଧୀନତା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ,“ଆମ ସରକାର ଚାଷୀ, ମହିଳା ଓ ଯୁବକଙ୍କୁ ଗୁରୁତ୍ୱ ଦେଉଛି। ଏମାନଙ୍କୁ ୧ ପ୍ରତିଶତ ସୁଧରେ ଋଣ ଦିଆଯାଉଛି।”
ସେ ଆହୁରି କହିଥିଲେ,“ ଆଜିଠୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ ହେବ। ଯୋଜନାରେ ୭୦ ଲକ୍ଷ ପରିବାର ଉପକୃତ ହେବେ।”
from OdishaReporter https://ift.tt/2OzmNjY
No comments:
Post a Comment