
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଘନୀଭୂତ ହେଉଥିବାରୁ ଆଜି ରାତିରେ ଝଡ଼ତୋଫାନ ବର୍ଷା ହେବ। ଏଥିପାଇଁ ୧୦ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ମୁଖ୍ୟତଃ କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ବାଲେଶ୍ୱର, ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଘଡଘଡ଼ି ମାରିବା ସହିତ ପବନ ବୋହିବ। ପବନର ବେଗ ଘଣ୍ଟାକୁ କିମି ପ୍ରତି ୫୦ରୁ ୬୦ ରହିବ।
ଏନେଇ ମତ୍ସ୍ୟଜୀବୀମାନଙ୍କୁ ଆଜି ରାତି ସୁଦ୍ଧା ସମୁଦ୍ରକୂଳକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି। ସେପଟେ ରାଜସ୍ୱ ଓ ବିପର୍ଯ୍ୟ ପରିଚାଳନା ବିଭାଗ ପକ୍ଷରୁ ସବୁ ଜିଲ୍ଲାପାଳମାନଙ୍କୁ ସତର୍କ ସୂଚନା ଜାରି କରାଯାଇଛି। ଜିଲ୍ଲାପାଳମାନଙ୍କୁ ଆଲର୍ଟ ରହିବାକୁ ସ୍ୱତନ୍ତ୍ର ରିଲିଫ୍ କମିଶନର ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ସବୁ ରାଜସ୍ୱ କମିଶନର, ଫାୟାର ସର୍ଭିସ ଏବଂ ଏନ୍ଡିଆଫକୁ ନିର୍ଦ୍ଦେଶ ଦିଆଯାଇଛି। ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳଙ୍କୁ ପରାମର୍ଶ ଦିଆଯାଇଛି।
from OdishaReporter https://ift.tt/2B4GnCP
No comments:
Post a Comment