ଦେଶବ୍ୟାପୀ ମାଲ ପରିବହନ ଠପ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, August 6, 2018

ଦେଶବ୍ୟାପୀ ମାଲ ପରିବହନ ଠପ୍‌

strike

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଦେଶବ୍ୟାପୀ ଟ୍ରାନ୍ସପୋର୍ଟ ୱାର୍କର୍ସ ଫେଡେରେସନ୍‌ ଧର୍ମଘଟ ଡାକରା ଦେଇଛି। କେନ୍ଦ୍ର ସରକାରଙ୍କ ପ୍ରସ୍ତାବିତ ମୋଟର ଭେଇକିଲ୍ ଆକ୍ଟ ୧୯୮୮ର ସଂଶୋଧନକୁ ବିରୋଧ କରି ଏହି ଆନ୍ଦୋଳନ ଡାକରା ଦିଆଯାଇଛି। ଫଳରେ ଦେଶବ୍ୟାପୀ ମାଲ ଓ କେତେକ ସ୍ଥାନରେ ଯାତ୍ରୀ ପରିବହନ ସେବା ମଧ୍ୟ ବାଧାପ୍ରାପ୍ତ  ହେବା ଆଶଙ୍କା କରାଯାଉଛି।

ପରିବହନ କର୍ମଚାରୀଙ୍କ ଦେଶବ୍ୟାପୀ ଧର୍ମଘଟକୁ ଅଲ୍ ଓଡ଼ିଶା ଟ୍ରାନ୍ସପୋର୍ଟ ୱାର୍କର୍ସ ଫେଡେରେସନ ସମର୍ଥନ କରିଛି। ସେହିଭଳି ନିଖିଳ ଓଡ଼ିଶା ଟାକ୍ସି-ଅଟୋ ମହାସଂଘ ମଧ୍ୟ ଆନ୍ଦୋଳନକୁ ସମର୍ଥନ କରିବ ବୋଲି ଘୋଷଣା କରିଛି। ତେବେ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ଏହି ଆନ୍ଦୋଳନରେ ସାମିଲ ହେବା ନେଇ କୌଣିସ ନିଷ୍ପତ୍ତି ନେଇ ନାହିଁ। ଯଦି ସଂଘ ଧର୍ମଘଟରେ ସାମିଲ ନହୁଏ ତେବେ ରାଜ୍ୟରେ ଘରୋଇ ବସ୍ ଚଳାଚଳ ସ୍ୱାଭାବିକ ରହିବ।

 



from OdishaReporter https://ift.tt/2AO9vOB

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages