
ମାଲକାନଗିରି (ଜିତେନ୍ଦ୍ର ବେଉରା): ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ରାଜ୍ୟର ନାରାୟଣପୁର ପୁଲିସ୍କୁ ଏକ ବଡ଼ ସଫଳତା ମିଳିଛି।
କୋଲେପାଲ ଜଙ୍ଗଲରେ ପୁଲିସ୍ର ଏନ୍କାଉଣ୍ଟରେ ଜଣେ ନକ୍ସଲଙ୍କ ମୃତ୍ୟୁ ଘଟିଛି। ଏଥିସହ ପୁଲିସ୍ ଗୋଟିଏ ଦେଶୀ ବନ୍ଧୁକ ସହ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରିଛି।
ଏହି ଜଙ୍ଗଲରେ ନକ୍ସଲମାନେ କ୍ୟାମ୍ପ କରି ବଡ଼ଧରଣର ହିଂସାକାଣ୍ଡ ଘଟାଇବାକୁ ଯୋଜନା କରୁଥିଲେ। ଏନେଇ ପୁଲିସ୍ ଖବର ପାଇ ଚଢ଼ଉ କରିଥିଲା।
ପୁଲିସ୍ ଓ ନକ୍ସଲଙ୍କ ମଧ୍ୟରେ ପ୍ରାୟ ୧୫ ମିନିଟ୍ ଗୁଳିବିନିମୟ ହୋଇଥିଲା। ଏହାପରେ ନକ୍ସଲମାନେ ଛତ୍ରଭଙ୍ଗ ଦେଇଥିଲେ।
from Odisha Reporter https://ift.tt/2ocL6ZL
No comments:
Post a Comment