
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ପ୍ରବଳ ବର୍ଷା ହେବ। ଘଡ଼ଘଡ଼ି ବି ମାରିବ। ଏଥିପାଇଁ ୧୦ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହି ସମୟରେ ଘରୁ ନବାହାରିବାକୁ ପରାମର୍ଶ ଦିଆଯାଇଛି।
ଆଜି ସନ୍ଧ୍ୟା ୭ଟା ୪୫ ସୁଦ୍ଧା ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ସମ୍ବଲପୁର, ସୋନପୁର, ନୟାଗଡ଼, ଅନୁଗୋଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା ଜିଲ୍ଲାରେ ପ୍ରବଳ ବର୍ଷା ହେବ। ବଜ୍ରପାତ ମଧ୍ୟ ହେବ। ପ୍ରବଳ ବେଗରେ ପବନ ବହିବ। ପବନର ବେଗ କିମି ପ୍ରତି ୫୦ରୁ ୬୦ ରହିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିଯୋଗୁଁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ସବୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହିତ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଉଛି।
from OdishaReporter https://ift.tt/2OBJEMB
No comments:
Post a Comment