ଦଶମ ଶ୍ରେଣୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, August 2, 2018

ଦଶମ ଶ୍ରେଣୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ

death

ମାଲକାନଗିରି (ଜିତେନ୍ଦ୍ର ବେଉରା): ମାଲକାନଗିରି ଜିଲ୍ଲା ଶିଖପାଲୀ ଆବାସିକ ହାଇସ୍କୁଲ୍‌ର ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ତାଙ୍କ ନାଁ ବନ୍ଦନା ସରକାର।

ସୂଚନାଯୋଗ୍ୟ, ଗତକାଲି ରାତି ପ୍ରାୟ ସାଢ଼େ ୧୦ଟା ବେଳେ ତାଙ୍କୁ ହଷ୍ଟେଲ୍‌ର କମ୍ପ୍ୟୁଟର୍‌ ରୁମ୍‌ରୁ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ସଙ୍ଗେ ସଙ୍ଗେ ତାଙ୍କୁ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ହାତ କଟା ଯାଇଥିବା ଯୋଗୁ  ପ୍ରବଳ ରକ୍ତସ୍ରାବରୁ ତାଙ୍କର ମୃତ୍ୟୁ ଘଟିଥିବା ଡାକ୍ତର କହିଛନ୍ତି। କମ୍ପ୍ୟୁଟର୍‌ ରୁମ୍‌ରୁ ଏକ ବେଡ୍ଲ୍‌ ମିଳିଥିବା ଜଣାପଡ଼ିଛି। ତେବେ ଏହା ଆତ୍ମହତ୍ୟା ନା ହତ୍ୟା, ତାହା ଜଣାପଡ଼ି ନାହିଁ। ପୁଲିସ ଘଟଣାର ତଦନ୍ତ କରୁଛି।



from OdishaReporter https://ift.tt/2LW8gRH

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages