‘ଦ ଆକ୍ସିଡେଣ୍ଟାଲ୍‌ ପ୍ରାଇମ୍‌ ମିନିଷ୍ଟର୍‌’ର ନିର୍ଦ୍ଦେଶକ ଗିରଫ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, August 4, 2018

‘ଦ ଆକ୍ସିଡେଣ୍ଟାଲ୍‌ ପ୍ରାଇମ୍‌ ମିନିଷ୍ଟର୍‌’ର ନିର୍ଦ୍ଦେଶକ ଗିରଫ

1123

ମୁମ୍ୱାଇ: ବଲିଉଡ୍‌ର ଅପ୍‌କମିଂ ଫିଲ୍ମ ‘ଦ ଆକ୍ସିଡେଣ୍ଟାଲ୍‌ ପ୍ରାଇମ୍‌ ମିନିଷ୍ଟର୍‌’ର ନିର୍ଦ୍ଦେଶକ ବିଜୟ ରତ୍ନାକର ଗୁଟ୍ଟେଙ୍କୁ ଗିରଫ କରାଯାଇଛି। ୩୪ କୋଟିରୁ ଅଧିକ ଟଙ୍କାର ଜିଏସ୍‌ଟି ଠକିବା ମାମଲାରେ ତାଙ୍କୁ ଗିରଫ କରାଯାଇଛି। ତାଙ୍କୁ ଅଗଷ୍ଟ ୧୪ ତାରିଖ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।

ସୂଚନାଯୋଗ୍ୟ, ଗୁଟ୍ଟେ ହେଉଛନ୍ତି ‘ଇମୋସ୍‌ନାଲ୍‌ ଅତ୍ୟାଚାର’, ‘ଟାଇମ୍‌ ବାରା ଭେଟ୍‌’ ଓ ‘ବଦମାସିୟାଁ’ ଫିଲ୍ମର ପ୍ରଯୋଜକ। ତାଙ୍କ ଆଗାମୀ ଫିଲ୍ମ ‘ଦ ଆକ୍ସିଡେଣ୍ଟାଲ୍‌ ପ୍ରାଇମ୍‌ ମିନିଷ୍ଟର୍‌’ରେ ସେ ପ୍ରଥମ ଥର ପାଇଁ ନିର୍ଦ୍ଦେଶନା ଦେଇଛନ୍ତି। ଏହି ଫିଲ୍ମ ଡିସେମ୍ୱର ୨୧ ତାରିଖରେ ରିଲିଜ୍‌ ହେବ। ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଉପରେ ଲିଖିତ ପୁସ୍ତକ ‘ଦ ଆକ୍ସିଡେଣ୍ଟାଲ୍‌ ପ୍ରାଇମ୍‌ ମିନିଷ୍ଟର୍‌’ ଆଧାରରେ ଏହି ଫିଲ୍ମ ନିର୍ମାଣ କରାଯାଇଛି। ଏଥିରେ ଅନୁପମ୍ ଖେର ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି।



from OdishaReporter https://ift.tt/2OcNsTz

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages