
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସାରା ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ବି କିଛି ସ୍ଥାନରେ ବର୍ଷା ହୋଇପାରେ। ଝଡ଼ତୋଫାନ, ବର୍ଷା ଓ ବଜ୍ରପାତ ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି।
ଅପରାହ୍ନ ସାଢ଼େ ୪ଟା ପର୍ଯ୍ୟନ୍ତ ୧୦ ଟି ଜିଲ୍ଲାକୁ ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି। ସେହି ଜିଲ୍ଲା ଗୁଡ଼ିକ ହେଉଛି ସୁନ୍ଦରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ବରଗଡ଼, ବଲାଙ୍ଗିର, ସୁବର୍ଣ୍ଣପୁର, ବୌଦ୍ଧ, ସମ୍ବଲପୁର, କୋରାପୁଟ ଓ ଗଞ୍ଜାମ।
କେତେକ ସ୍ଥାନରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଥିବା ବିଭାଗ ପକ୍ଷରୁ କୁହାଯାଇଛି।
from OdishaReporter https://ift.tt/2Oxp67c
No comments:
Post a Comment