
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଏକ ଲଘୁଚାପ। ଏହାର ପ୍ରଭାବରେ ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷା ହେବ। ପବନ ବହିବା ସହିତ ଘଡ଼ଘଡ଼ି ମଧ୍ୟ ମାରିବ। ଏଥିପାଇଁ ୧୧ଟି ଜିଲ୍ଲାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ସମଗ୍ର ରାଜ୍ୟରେ ବର୍ଷା ହେବ। ତେବେ ଆସନ୍ତା ୨୪ ଘଣ୍ଟା ଯାଏ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ଯାଜପୁର, କଟକ, ଜଗତସିଂହପୁର, କେନ୍ଦୁଝର, ସୁନ୍ଦରଗଡ଼, ସମ୍ୱଲପୁର ଓ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଘଡ଼ଘଡି ମାରିବା ସହିତ ପବନ ବହିବ। ଘଣ୍ଟା ପ୍ରତି ୫୦ ରୁ ୬୦ କିମି ପ୍ରତି ପବନ ବେଗରେ ବହିବ। ଏହି ସମୟରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।
ଆସନ୍ତାକାଲି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, ବରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ସୁବର୍ଣ୍ଣପୁର, କଳାହାଣ୍ଡି, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
from OdishaReporter https://ift.tt/2Ogqfj5
No comments:
Post a Comment