
ସୋର(ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ଟେଣ୍ଟେଇ ଗାଁରେ ଦୁଇ ଜଣ ଦଶମ ଶ୍ରେଣୀ ଛାତ୍ରୀଙ୍କର ଅସ୍ୱାଭାବିକ ମୃତ୍ୟୁ ଘଟିଛି। ସେମାନେ ହେଲେ ବୀରିପଡ଼ା ଗାଁର ପ୍ରିୟଙ୍କା ଦାସ ଓ ଟେଣ୍ଟେଇ ଗାଁର ଲକ୍ଷ୍ମୀପ୍ରିୟା ଦାସ।
ଗତକାଲି ପ୍ରିୟଙ୍କା ଲକ୍ଷ୍ମୀପ୍ରିୟାଙ୍କ ଘରକୁ ଯାଇଥିଲେ। ଆଜି ସକାଳେ ଉଭୟଙ୍କ ମୃତଦେହ ଉଦ୍ଧାର କରାଯାଇଛି। କେଉଁ କାରଣରୁ ସେମାନଙ୍କର ମୃତ୍ୟୁ ଘଟିଛି, ତାହା ସ୍ପଷ୍ଟ ହୋଇ ନାହିଁ।
ଉଭୟେ ବିଷ ପିଇ ଦେଇଥିବା ସନ୍ଦେହ କରାଯାଉଛି। ମୃତଦେହଗୁଡ଼ିକୁ ବ୍ୟବଚ୍ଛେଦ କରିବା ପାଇଁ ଡାକ୍ତରଖାନାକୁ ପଠାଯାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସେମାନଙ୍କ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ।
from OdishaReporter https://ift.tt/2OoSGeS
No comments:
Post a Comment