
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ତୈଳ ଦର ବୃଦ୍ଧି ପ୍ରତିବାଦରେ ଆଜି କଂଗ୍ରେସ ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ମଧ୍ୟ ପଡ଼ିଛି।
କଂଗ୍ରେସ କର୍ମୀମାନେ ବିଭିନ୍ନ ଛକରେ ପିକେର୍ଟିଂ କରିବା ସହ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି। ତେଣୁ ଗାଡ଼ି ଚଳାଚଳ ସଂପୂର୍ଣ୍ଣ ଠପ୍ ହୋଇଯାଇଛି। ରେଳ ଚଳାଚଳ ବି ବାଧାପ୍ରାପ୍ତ ହୋଇଛି।
ଏହାକୁ ଦୃଷ୍ଟିରେ ରଖି ବିପିୟୁଟି ପକ୍ଷରୁ ଆଜି ହେବାକୁ ଥିବା ସମସ୍ତ ପରୀକ୍ଷା ବାତିଲ୍ କରାଯାଇଛି। ଏନେଇ ବିପିୟୁଟି କାର୍ଯ୍ୟାଳୟ ପକ୍ଷରୁ ଘୋଷଣା କରାଯାଇଛି।
ସୂଚନାଯୋଗ୍ୟ, ରାଜ୍ୟ ସରକାର ‘ବନ୍ଦ’କୁ ଦୃଷ୍ଟି ରଖି ପୂର୍ବରୁ ସମସ୍ତ ସ୍କୁଲ୍ଗୁଡ଼ିକୁ ଛୁଟି ଘୋଷଣା କରିଥିଲେ।
from Odisha Reporter https://ift.tt/2Mf4w9W
No comments:
Post a Comment